ଭୋପାଳରେ କମାଲ ଦେଖାଇଲେ ଆଦିବାସୀ ଯୁବତୀଯୁବକ

ବାଲିଗୁଡ଼ା,୨୩।୧୨(ଡି.ଏନ୍‌.ଏ.): ଭୋପାଳରେ କନ୍ଧମାଳର ଆଦିବାସୀ ଯୁବତୀଯୁବକ କମାଲ ଦେଖାଇଛନ୍ତି। ୧୪ତମ ଆଦିବାସୀ ଯୁବା ବିନିମୟ କାର୍ଯ୍ୟକ୍ରମରେ ଭାଗନେଇ କନ୍ଧମାଳ ଟିମ୍‌ ପ୍ରଥମ ସ୍ଥାନ ଅଧିକାର କରିଛି । ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ କ୍ରମେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ ଦ୍ବାରା ୧୪ତମ ଆଦିବାସୀ ଯୁବା ବିନିମୟ ଭୋପାଳରେ କରାଯାଇଥିଲା। ଏଥିରେ ୭ଟି ରାଜ୍ୟ ଯଥା ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର, ଛତିଶଗଡ଼, ବିହାର, ଝାଡ଼ଖଣ୍ଡ ଏବଂ ଓଡ଼ିଶାରୁ ସମୁଦାୟ ୧୨ଟି ଟିମ୍‌ ସାମିଲ ହୋଇଥିଲେ। ଓଡ଼ିଶାର ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡିରୁ ୩ଟି ଟିମ୍‌ ଭୋପାଳ ଗସ୍ତ କରିଥିଲେ। ସେଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପାରମ୍ପରିକ ନୃତ୍ୟ ପରିବେଷଣ କରି ଦର୍ଶକଙ୍କ ମନ ମୋହିଥିଲେ। ଏପରିକି କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଳକ ଅଧୀନ ବେଲଘର ଅଞ୍ଚଳରୁ ୨୦ଜଣ ଆଦିବାସୀ ଯୁବତୀଯୁବକ ସେଠାରେ ଆଦିବାସୀ ସଂସ୍କୃତି ଏବଂ ପରମ୍ପରା ଭିତ୍ତିକ ନୃତ୍ୟ ପରିବେଷଣ କରି ସମସ୍ତଙ୍କୁ ବିମୋହିତ କରିଥିଲେ । ଦଳ ପ୍ରଥମ ସ୍ଥାନ ଅଧିକାର କରି ୧୦ ହଜାର ଟଙ୍କା ଅର୍ଥରାଶି ପୁରସ୍କୃତ ହୋଇଛି। ଏନେଇ କନ୍ଧମାଳ ଜିଲାବାସୀ ବେଶ ଉତ୍ସାହିତ ଅଛନ୍ତି। ଏହି ସଫଳତା ପାଇଁ ସିଆର୍‌ପିଏଫ ଓ ନେହେରୁ ଯୁବ କେନ୍ଦ୍ରକୁ ସମସ୍ତ ଶ୍ରେୟ ଦେଇଛନ୍ତି ଟିମ୍‌ର ସମସ୍ତ ସଦସ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri