ଲୁକ୍କାୟିତ ପ୍ରତିଭା ବିକାଶ ପାଇଁ ଆଗକୁ ଆସିଲେ ଜନଜାତି ମହିଳା

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଆସନ୍ତା ମାର୍ଚ୍ଚ ୮ରେ ମହିଳା ପାଳନ କରିବେ ବିଶ୍ୱ ମହିଳା ଦିବସ। ଏଥିପାଇଁ ଏବେଠାରୁ ଗାଁଠାରୁ ଦାରିଙ୍ଗବାଡ଼ି ସହର ପର୍ଯ୍ୟନ୍ତ ଚଳଚଞ୍ଚଳ। ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିର ଓଡ଼ିଶା ଜୀବିକା ମିଶନ ପକ୍ଷରୁ ବ୍ଲକସ୍ତରୀୟ ଏହି ଦିବସ ପାଳନ କରାଯାଉଛି। ଏଥିପାଇଁ ମହିଳାଙ୍କ ବିକାଶ ଓ ବିଭିନ୍ନ କ୍ଷେତ୍ରରେ ନିଜର ଲୁକ୍କାୟିତ ପ୍ରତିଭାକୁ ଉକ୍ତ ଦିବସରେ ଲୋକଲୋଚନକୁ ଆଣିବା ପାଇଁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ। ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ, ସଙ୍ଗୀତ ଜନଜାତିଙ୍କ ପରମ୍ପରା ନୃତ୍ୟ, ସଙ୍ଗୀତ, ବକ୍ତୃତା, ଆଦି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ମହିଳାମାନେ ଏହି ସବୁକୁ ଅଭ୍ୟାସ କରୁଛନ୍ତି। ସେମାନେ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟରେ ଲାଗିଥିବା ଟେଲିଭିଜନରୁ ନୃତ୍ୟ ଦେଖି ତାର ତାଳେ ତାଳେ ନୃତ୍ୟ ଶିଖୁଛନ୍ତି। ସେମାନେ ଏହା ଶିଖିବାକୁ ଭାରି ଇଚ୍ଛାଶକ୍ତି ରହିଥିଲେ ମଧ୍ୟ ସେମାନଙ୍କ ନିକଟରେ ଆବଶ୍ୟକ ସାଉଣ୍ଡ ବକ୍ସ ଓ ଅନ୍ୟାନ୍ୟ ଶବ୍ଦ ବ୍ୟବହାର ପାଇଁ ଯାନ୍ତ୍ରିକ ବ୍ୟବସ୍ଥା ଓ ସ୍ବତନ୍ତ୍ର ଗୃହ ନ ଥିବାରୁ ଏହା ଅଭ୍ୟାସ କରିବାକୁ ହଇରାଣ ଭୋଗୁଥିବା ସଦସ୍ୟାମାନେ କହିଛନ୍ତି। ସେମାନେ ପଞ୍ଚାୟତ କାର୍ଯ୍ୟାଳୟରେ ଲାଗିଥିବା ବ୍ୟବସ୍ଥାରେ ନୃତ୍ୟ ଶିକ୍ଷା କରୁଥିବା ଦେଖିବାକୁ ମିଳିଛି। ପଞ୍ଚାୟତରେ କାର୍ଯ୍ୟରତ କାର୍ଯ୍ୟନିର୍ବାହୀ ମହିଳା ସଦସ୍ୟା ତଥା ପ୍ରାଣୀମିତ୍ର, ବ୍ୟାଙ୍କ ମିତ୍ର, କୃଷି ମିତ୍ରଙ୍କ ସମେତ ଏମ୍‌ବିକେ, ସିଆର୍‌ପି ଦାୟିତ୍ୱରେ ରହିଥିବା ମହିଳାମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ନିଜର ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ପାରମ୍ପରିକ ନୃତ୍ୟ ସଙ୍ଗୀତ ଅଭ୍ୟାସ କରୁଥିବା ସଦସ୍ୟାଙ୍କ ମଧ୍ୟରେ ସଭାନେତ୍ରୀ ହାନା ଦିଗାଲଙ୍କ ସମେତ ସମ୍ପାଦିକା ଶାନ୍ତିନୀ ପ୍ରଧାନ, ଦୟାବନ୍ତୀ ପ୍ରଧାନ, ବିଷ୍ଣୁପ୍ରିୟା ସାହୁ, ରେଣୁକା ପ୍ରଧାନ, ରୀନା ଦିଗାଲ, ରମିତା ପ୍ରଧାନ, ରିନିମା ପ୍ରଧାନ, ମିତାଞ୍ଜଳି ନାୟକ, ସୁଜାତା ଦିଗାଲ,ବିଷ୍ଣୁପ୍ରିୟା ସାମନ୍ତଙ୍କ ସମେତ ଅନ୍ୟମାନେ ଏହି ନୃତ୍ୟ ଅଭ୍ୟାସ ଜାରି ରଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri