ଜିଲା ପାଇଁ ଗୌରବ ଆଣିଲେ ଆଦିବାସୀ ଯୁବ ଉଦ୍ୟୋଗୀ ରାଜେନ୍ଦ୍ର

ଥୁଆମୂଳ ରାମପୁର,୨୦।୧(ଦୁର୍ଗା କୀର୍ତ୍ତି): ଅଧିବାସୀ ଅଧ୍ୟ୍ୟୁଷିତ ବାନପହଡ ଘେରା ଦୁର୍ଗମ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅଧିନସ୍ଥ ବଡ଼ଛତ୍ରଙ୍ଗ ଗ୍ରାମର ସ୍ବର୍ଗତ ଭଗବାନ ମାଝୀଙ୍କ ସୁଯୋଗ୍ୟ ସନ୍ତାନ ରାଜେନ୍ଦ୍ର ମାଝୀ ଜଣେ ସଫଳ ଉଦ୍ୟୋଗୀ ଭାବେ ଜଣାଶୁଣା। ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଥିବା ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫ରେ ଶ୍ରେଷ୍ଠ ସଫଳ ଯୁବ ଉଦ୍ୟୋଗୀ ଭାବେ ଓଡିଶାର କ୍ୟାବିନେଟ ମନ୍ତ୍ରୀ ତଥା (ବିଦ୍ୟାଳୟ ଓ ଗଣଶିକ୍ଷl, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିକାଶ, ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ସଶକ୍ତିକରଣ) ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଦ୍ୱାରା ପ୍ରଶଂସା ପତ୍ର ସହ ଉପଢୌକନ ପାଇଁ ସମ୍ମାନିତ ହୋଇଛନ୍ତି। ଶ୍ରୀ ମାଝୀ ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପ୍ରକଳ୍ପ ୨୦୨୩-୨୪ ବର୍ଷରେ ୧ ଲ ଟଙ୍କା ସହାୟତାରେ ନିଜ ଗ୍ରାମରେ ଡି.ଟି.ପି. ଜେରକ୍ସ ପ୍ରିଣ୍ଟର ସର୍ଭିସ ସେଣ୍ଟର ଆରମ୍ଭ କରିଥିଲେ l ନିଜର ଦୃଢ଼ ଇଚ୍ଛା ଶକ୍ତି, କର୍ତ୍ତବ୍ୟ ନିଷ୍ଠା ଅକ୍ଲାନ୍ତ ଉଦ୍ୟମ ଦ୍ୱାରା ଉଦ୍ୟୋଗ ଖୁବକମ ଦିନରେ ସଫଳତାର ଶୀର୍ଷରେ ପହଞ୍ଚିପାରିଛନ୍ତି l ସାରା ଓଡିଶାରେ ଜଣେ ସଫଳ ଆଦର୍ଶ ଉଦ୍ୟୋଗୀ ଭାବେ ପରିଚିତ ପାଇପାରିଛନ୍ତି l ତାଙ୍କର ଏହି କୃତିତ୍ୱ ପାଇ ଜନଜାତି ଜୀବିକା ମିଶନ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା କଳାହାଣ୍ଡି ଏବଂ ଜିଲାର ଜନସାଧାରଣଙ୍କ ଠାରୁ ଆରମ୍ଭକରି ବିଭିନ୍ନ ବୁଦ୍ଧିଜୀବୀ ମହଲରେ ପ୍ରଶଂସା ଓ ଶୁଭେଚ୍ଛାର ସୁଅ ଛୁଟୁଛି। ଆଗାମୀ ଦିନ ମାନଙ୍କରେ ଯଦି ଆହୁରି ଯୁବ ପିଢ଼ି କିମ୍ବା କ୍ଷୁଦ୍ର ବ୍ୟବସାୟୀ ବା ଯୁବ ଉଦ୍ୟୋଗୀମାନଙ୍କୁ ସରକାରଙ୍କ ପକ୍ଷରୁ ସାହାଯ୍ୟ ସହଯୋଗ କରାଯାଏ ତେବେ ସେମାନେ ମଧ୍ୟ ଜଣେ ଜଣେ ଆଦର୍ଶ ଉଦ୍ୟୋଗୀ ହେବା ସଙ୍ଗେ ସଙ୍ଗେ ନିଜ ପରିବାର, ଗାଁ, ଅଞ୍ଚଳର ଲୋକଙ୍କୁ ସ୍ବାବଲମ୍ବୀ କରାଇ ପାରିବେ। ଏହା ସହ ସମ୍ବନିତ ଆଦିବାସୀ ଉନ୍ନୟନ ସଂସ୍ଥାଙ୍କୁ ଗଣମାଧ୍ୟମର ମାଧ୍ୟମରେ ଶ୍ରୀ ମାଝୀ ଧନ୍ୟବାଦ ଜଣାଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?