ଲୋଡର ବକେୟା ପାଉଣା ଦାବି କଲେ ଆଦିବାସୀ

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଗନ୍ଧମାର୍ଦ୍ଦନ ଲୋଡିଂ ଏବଂ କୋଅପରେଟିଭ ସୋସାଇଟି ଉପରେ ନିର୍ଭରଶୀଳ ଆଦିବାସୀମାନଙ୍କୁ ଅଣଦେଖା ଓ ହତାଦର କରାଯାଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲିଖିତ ଅଭିଯୋଗ କରି ନ୍ୟାୟ ଦାବି କରିଛନ୍ତି। ଗନ୍ଧମାର୍ଦ୍ଦନ ଖଣି ପରିବେଷ୍ଟିତ କ୍ଷତିଗ୍ରସ୍ତ ଦଅଁଳା, ଶୁଆକାଠି, ଇଚିଣ୍ଡା, ନିତିଗୋଠ, କଇଁସାରୀ, ଉପରଜାଗର, ତଳଜାଗର, କୁମୁଣ୍ଡି ଅଞ୍ଚଳର ଲୋକ ମାନେ ଖଣିରେ ବିଶେଷ କରି ଶ୍ରମିକ ଭାବରେ କାମ କରିଆସୁଥିଲେ। ମାନୁଆଲ ଲୋଡିଂ ବନ୍ଦ ପରେ ସେମାନେ ମିଶି ଲୋଡର ମେଶିନ କିଣି ଗ୍ରୁପ ହୋଇ ଲୋଡିଂ କାମ କରି ସେ ପଇସାରେ ଚଳୁଥିଲେ।

ତେବେ ସରକାର ପରିବର୍ତ୍ତନ ପରେ ଉକ୍ତ ଖଣିରେ ଲୋଡିଂ ଦାୟିତ୍ୱ ନେଇଥିବା ଉକ୍ତ ସଂସ୍ଥା ସେମାନଙ୍କ ଲୋଡର ବାବଦକୁ ୪ ମାସର ଟଙ୍କା ଦେଉନଥିବାରୁ ସେମାନେ ଆର୍ଥିକ ସଙ୍କଟରେ ରହୁଥିବା ଓ ପରିବାର ପ୍ରତିପୋଷଣରେ ସମସ୍ୟା ଭୋଗୁଥିବା କହିଛନ୍ତି। ନୂତନ କାର୍ଯ୍ୟକର୍ତ୍ତାମାନେ ଅଣଆଦିବାସୀଙ୍କ ଲୋଡର ବାବଦକୁ ଅର୍ଥ ତୁରନ୍ତ ପୈଠ କରୁଥିବାବେଳେ ସେମାନଙ୍କୁ ମିଳୁ ନ ଥିବା ଅଭିଯୋଗ କରିଛନ୍ତି। ଏପରିକି ବକେୟା ଅର୍ଥ ଦାବି କଲେ ଲୋଡର ବାହାର କରିଦେବାକୁ ଧମକ ଦେଉଥିବା ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି। ଏଣୁ ସେମାନଙ୍କ ୪ ମାସର ବକେୟା ପାଉଣା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେବାକୁ ସେମାନେ ଦାବି କରିଛନ୍ତି। ତଳକାଇଁସାରୀ ପଞ୍ଚାୟତ ସରପଞ୍ଚ ଶକୁନ୍ତଳା ଦେହୁରୀ, ପଞ୍ଚାୟତ ସମିତି ସଭ୍ୟା ବାସନ୍ତୀ ବେହେରାଙ୍କ ସମେତ କ୍ଷତିଗ୍ରସ୍ତ ଅଞ୍ଚଳବାସୀ ଏହି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri