ଦଲାଲଙ୍କ କବ୍‌ଜାରେ ଆଦିବାସୀଙ୍କ ମହୁଲ ଫୁଲ: ନା ଅଛି ବଜାର ବ୍ୟବସ୍ଥା, ନା ଧାର୍ଯ୍ୟ କରାଯାଉଛି ସହାୟକ ମୂଲ୍ୟ

ଭବାନୀପାଟଣା,୧୭ା୩(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲାରେ ଆଦିବାସୀମାନେ ସଂଗ୍ରହ କରୁଥିବା ମହୁଲ ଫୁଲ ଏବେ ଦଲାଲଙ୍କ କବ୍‌ଜାରେ। ଏହାର ସର୍ବନିମ୍ନ ମୂଲ୍ୟ କେଜି ପିଛା ୨୫ ଟଙ୍କା ଥିବାବେଳେ ଅଧା ଦାମ୍‌ରେ ସେମାନେ ଦଲାଲଙ୍କ ହାତରେ ଟେକିଦେଉଛନ୍ତି। ଏହା ଦ୍ୱାରା ସେମାନେ ଅଭାବୀ ବିକ୍ରିର ଶିକାର ହେଉଛନ୍ତି। ଜିଲା ପ୍ରଶାସନ କିମ୍ବା ସରକାର ଏ ନେଇ କୌଣସି ପଦକ୍ଷେପ ନ ନେବାରୁ ଏହି ଲଘୁବନଜାତ ଦ୍ରବ୍ୟ ସଂଗ୍ରହ କରୁଥିବା ଲୋକେ ଶାଗମାଛ ଦରରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି।
ଭାରତ ସରକାରଙ୍କ ଆଦିବାସୀ ମନ୍ତ୍ରଣାଳୟ ପକ୍ଷରୁ ୭୨ଟି ଲଘୁବନଜାତ ଦ୍ରବ୍ୟ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ ସ୍ଥିର କରାଯାଇଛି। ଏହା ମଧ୍ୟରେ ମହୁଲଫୁଲ ମଧ୍ୟ ସାମିଲ ହୋଇଛି। ପଞ୍ଚାୟତ ପକ୍ଷରୁ ମହୁଲ ଫୁଲର ସର୍ବନିମ୍ନ ସହାୟକ ମୂଲ୍ୟ କେଜି ପିଛା ୨୫ ଟଙ୍କା ଧାର୍ଯ୍ୟ କରାଯାଇଛି। କିନ୍ତୁ କଳାହାଣ୍ଡି ଜିଲାରେ ବଜାର ଅଭାବରୁ ୧୦ରୁ ୧୫ ଟଙ୍କାରେ ବିକ୍ରି ହେଉଛି। ପର୍ଯ୍ୟାପ୍ତ ଗୋଦାମ ଓ ଆବଶ୍ୟକ ଭିତ୍ତିଭୂମିର ଅଭାବ ଯୋଗୁଁ ଲୋକେ ମହୁଲକୁ ମହଜୁଦ ରଖିବାରେ ସକ୍ଷମ ହୋଇ ପାରୁନାହାନ୍ତି। ସରକାରଙ୍କ ନିୟମ ଅନୁଯାୟୀ ମହିଳା ଏସ୍‌ଏଚ୍‌ଜିଙ୍କୁ ଏହାର କ୍ରୟ ଦାୟିତ୍ୱ ଦେବାକୁ ଥିଲେ ମଧ୍ୟ ଏହା କରାଯାଉ ନାହିଁ। ଦଲାଲଙ୍କ ଗୋଦାମରେ ଅବକାରୀ ବିଭାଗର ପକ୍ଷରୁ ଚଢ଼ାଉ କରା ନ ଯିବା ନେଇ କ୍ଷୋଭ ପ୍ରକାଶ ପାଇଛି। ଗରିବ ଲୋକଙ୍କ ପାଇଁ ମହୁଲ ସଂଗ୍ରହ ଜୀବିକା ପାଲଟିଥିବା ବେଳେ ଦଲାଲ ଯୋଗୁ ଉପଯୁକ୍ତ ମୂଲ୍ୟ ନ ପାଇ ସେମାନେ ଅଭାବ ଅନଟନରେ ଦିନ କାଟୁଛନ୍ତି ।
କଳାହାଣ୍ଡି ଜିଲାରେ ଦିନକୁ ଦିନ ମଦଭାଟି ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସରକାର ମଦରୁ କୋଟି କୋଟି ଟଙ୍କା ରାଜସ୍ବ ଆଦାୟ କରୁଛନ୍ତି। ମଦରେ ରାଜସ୍ବ ଆଦାୟ କରିବାରେ କଳାହାଣ୍ଡି ଜିଲା ଓଡ଼ିଶାରେ ପ୍ରଥମ ସ୍ଥାନ ଅଧିକାର କରିଛି। ଜିଲାର ଜୁନାଗଡ଼, ଗୋଲାମୁଣ୍ଡା, ଥୁଆମୂଳ ରାମପୁର, ମଦନପୁର ରାମପୁର, କୋକସରା, ଜୟପାଟଣା, ଲାଞ୍ଜିଗଡ଼, କଲମପୁର, ନର୍ଲା ବ୍ଲକ ସମେତ ପାହାଡ଼ି ଇଲାକରେ ଥିବା ଗାଁଗୁଡିକରେ ଶହ ଶହ ଆଦିବାସୀ ମହୁଲ ସଂଗ୍ରହ କରିଥାନ୍ତ। ବର୍ଷକରେ ୩ ମାସ ଜୀବିକା ନିର୍ବାହ କରୁଥିବା ବେଳେ ଅଭାବି ବିକ୍ରି ତାଙ୍କ ପେଟପାଟଣା ପାଇଁ ପ୍ରତିବନ୍ଧକ ସାଜିଛି। ଗ୍ରାମାଞ୍ଚଳରେ ମଦଭାଟି ମାଲିକମାନେ କିଛି ଲୋକଙ୍କୁ ରଖି ଆଗୁଆ କମ ଦରରେ ମହୁଲ କିଣି ଗଚ୍ଛିତ ରଖୁଛନ୍ତି। ପରବର୍ତ୍ତୀ ଅବସ୍ଥାରେ ସରକାରୀ ଦପ୍ତରରେ ଲୋକ ଦେଖାଣିଆ ଭାବେ କାଗଜକଲମରେ ଦେଖାଉଛନ୍ତି ।
ବର୍ଷତମାମ ମହୁଲକୁ ସଂଗ୍ରହ କରି ରଖୁଥିବା ବେଳେ ଭାଟିରୁ ତିଆରି ମଦରେ ମହୁଲିର ଅସଲି ଗନ୍ଧ ରହୁନାହିଁ। ମହୁଲ କ୍ରୟ ଓ ବିକ୍ରୟ ଉପରେ ଜିଲାର ସମସ୍ତ ପଞ୍ଚାୟତର ଜନ ପ୍ରତିନିଧି ଓ କିଛି ସରକାରୀ କର୍ମଚାରୀଙ୍କୁ ନେଇ କମିଟି ହେବା କଥା। ସେହି କମିଟିରେ ମୂଲ୍ୟ ଧାର୍ଯ୍ୟ ନିଷ୍ପତ୍ତି ହେବା ପରେ ନିର୍ଦ୍ଦେଶନାମା ଜାରି କରିବା ସହିତ କ୍ରେତାମାନଙ୍କୁ ଲାଇସେନ୍ସ ପ୍ରଦାନ କରିବା କଥା। କିନ୍ତୁ ଏସବୁରେ ବ୍ୟତିକ୍ରମ ଦେଖାଦେଇଛି। ତୁରନ୍ତ ରାଜ୍ୟ ସରକାର ଏେ ନଇ ପଦକ୍ଷେପ ନେଲେ ଆଦିବାସୀମାନେ ଉପକୃତ ହୋଇପାରିବେ ବୋଲି ମହୁଲ ଗୋଟାଳି ପ୍ରତାପ ବିଶ୍ୱାଳ, ସାମାଜିକ କର୍ମୀ ସାଉଲ ମଙ୍ଗରାଜ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri