ଦୁର୍ଗମ ଅଞ୍ଚଳରେ ଅବହେଳିତ ଆଦିବାସୀ: ବର୍ଷା ଦିନରେ ବାଧକ ସାଜୁଛି ଡୁଡୁଙ୍ଗପଟା ନାଳ

ଥୁଆମୂଳ ରାମପୁର,୨୩ା୬ (ଦୁର୍ଗା କୀର୍ତ୍ତି):ଆଦିବାସୀମାନଙ୍କ ପାଇଁ ସରକାର ଅନେକ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆଜି ବି ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଆଦିବାସୀ ଅବହେଳିତ ଅବସ୍ଥାରେ ରହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟଜଳ, ମୋବାଇଲ ନେଟ୍‌ୱାର୍କ ଭଳି ମୌଳିକ ସୁବିଧାରୁ ବଞ୍ଚତ୍ତ ରହୁଛନ୍ତି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିଲେଟ ପଞ୍ଚାୟତରେ ଏଭଳି ଚିତ୍ର ଦେଖିବାକୁ ମିଳିଛି। ଗମନାଗମନ ବ୍ୟବସ୍ଥା ନ ଥିବା ଯୋଗୁ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ମୁଖ୍ୟ ରାସ୍ତାର ଡୁଡୁଙ୍ଗପଟା ନାଳ ପଞ୍ଚାୟତବାସୀଙ୍କ ପାଇଁ ବାଧକ ସାଜିଛି। ବର୍ଷା ଦିନରେ ନାଳରେ ଭରପୂର ପାଣି ପ୍ରବାହିତ ହେଉଥିବାରୁ ଯାନବାହନ ଚଳାଚଳରେ ସମସ୍ୟା ସୃଷ୍ଟି ହେଉଛି। ଏପରି କି ପାଣି ଭିତରେ ପଶି ଲୋକେ ଚାଲି ଯିବାକୁ ମଧ୍ୟ ଭୟ କରୁଛନ୍ତି। ନିର୍ମାଣାଧୀନ ରାସ୍ତାର ରୁପେନ ନିକଟ ଡୁଡୁଙ୍ଗପଟା ନାଳ ଉପରେ ପୋଲ ନିର୍ମାଣ ପାଇଁ ଅଞ୍ଚଳବାସୀ ଦାବି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନାହିଁ। ଫଳରେ ଏହି ପଞ୍ଚାୟତର ରୂପେନ ଦାଣ୍ଡପଦର, ସିଲେଟ, ସରମାଣ୍ଡି, ବୋର୍ଡିଝୋଲା, ଝାଞ୍ଜି, ଦୁର୍ବେଲଗୁଡ଼ା, କାନ୍ଦୁଲଗୁଡ଼ା, ବିଲାମାଳ, କୁଟଖାଲ, ପାଜିଖାଲ, ମାଳତୀପଦର ଆଦି ଗାଁର ଲୋକେ ଦୁର୍ଦ୍ଦଶା ଭୋଗୁଛନ୍ତି। ରାସ୍ତାରେ ପୋଲ ନ ଥିବା ଯୋଗୁ ଗାଁକୁ ଅମ୍ବୁଲାନ୍ସ ସେବା ଅପହଞ୍ଚ ହୋଇପଡ଼ିଛି। ଅନ୍ୟାନ୍ୟ ଜରୁରିକାଳୀନ ସେବାରୁ ମଧ୍ୟ ଗ୍ରାମବାସୀ ବଞ୍ଚତ୍ତ ହେଉଛନ୍ତି। ଗମନାଗମନ ସୁବିଧା ନ ଥିବା ଯୋଗୁ ଭୁଶୁଡ଼ିପଡ଼ିଛି ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ସୁବିଧା। ପ୍ରଶାସନ ତୁରନ୍ତ ଏହି ନାଳ ଉପରେ ପୋଲ ନିର୍ମାଣ କରିବାକୁ ସିଲେଟ ପଞ୍ଚାୟତବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ତନିର ଅଲମଙ୍କୁ ପଚାରିବାରୁ ଉକ୍ତ ନାଳରେ ପୋଲ ନିର୍ମାଣ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ସରିଛି ଏବଂ ଖୁବ୍‌ଶୀଘ୍ର ଏ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri