ନିଜର ହକ୍‌ ପାଇଁ ଶୋଭାଯାତ୍ରାରେ ବାହାରିଲେ ଆଦିବାସୀ, କୁସଂସ୍କାର ଦୂର ପାଇଁ ଏକଜୁଟ୍‌ ହୋଇ…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ରବିବାର ପାଳିତ ହୋଇଯାଇଛି। ଶତାଧିକ କର୍ମକର୍ତ୍ତା ଏକ ଶୋଭାଯାତ୍ରାରେ ବାହାରି ଜୋରାଡବରା ଧରଣୀ ପୀଠରେ ପୂଜାର୍ଚ୍ଚନା କରିବା ପରେ ଏକ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତ କନ୍ଧ ସମାଜ ସଭାପତି ସମରେନ୍ଦ୍ର ସିଂ ମାଝୀ ସଭାପତିତ୍ୱ କରିଥିବା ବେଳେ ଯୋରାଡବରା ଗ୍ରାମର ଯାଦୁଦାସ ଭୋଇ ଓ ହୀରାଲାଲ ମାଝୀ, କାର୍ଣିଖୁଣ୍ଟି ଗ୍ରାମର ସୁବାସ ମାଝୀ ଓ ଦୁର୍ଯ୍ୟୋଧନ ଭୋଇ, କୁଶୁର୍ଲା ଗ୍ରାମର ଚତୁର୍ଭୁଜ ଜାନୀ ଓ ଭାସ୍କର ଜାନୀ, ଟେର୍ଚାପଲା ଗ୍ରାମର ମାନ୍ଧାତା ମାଝୀ ଓ ଗିରିଶ ଭୋଇ, ଅଙ୍ଗଦପଡ଼ାର ବବୃ ବାହାନ ମାଝୀ ଓ ଦାମୋଦର ମାଝୀ, ସିଲେଟ ପଡ଼ା ଗାଁର ତୁଳସୀ ରାମ ଭୋଇ ଓ ଶଶିଭୂଷଣ ଜାନୀ ତଥା ଯୁବ ସଙ୍ଗଠକ ତରୁଣ ଜାନୀଙ୍କ ସମେତ ଅନ୍ୟାନ୍ୟ ଗ୍ରାମ କମିଟିର କର୍ମକର୍ତ୍ତା ଯୋଗଦେଇ ଆଦିବାସୀ ଦିବସ ପାଳନର ଲକ୍ଷ୍ୟ ଉଦେଶ୍ୟ ତଥା ଆଦିବାସୀଙ୍କ ହକ୍‌ ଓ ଅଧିକାର ଉପରେ ଆଲୋଚନା କରିବା ସହ ନିଶା ନିବାରଣ, କୁସଂସ୍କାରକୁ ଦୂର କରିବା ପାଇଁ ସମସ୍ତେ ଏକଜୁଟ୍‌ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମମତା ବାନାର୍ଜୀଙ୍କ କାର ଉପରକୁ ପଥରମାଡ଼: ଚୋର-ଚୋର ନାରା ଦେଲେ….

କୋଲକାତା,୯ା୮: ପଶ୍ଚିମବଙ୍ଗର ହାଲିସହରରେ ତୃଣମୂଳ କଂଗ୍ରେସର ଜଣେ ମୃତ କର୍ମୀଙ୍କ ପରିବାରକୁ ଭେଟିବାକୁ ଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଜୋରଦାର ବିରୋଧର ସାମ୍ନା କରିବାକୁ ପଡ଼ିଛି…

ବିଶ୍ୱ ଆଦିବାସୀ ଦିବସରେ ପେସା ଆଇନ ଲାଗୁ ନେଇ ଉଠିଲା ଦାବି

ପଟ୍ଟାଙ୍ଗି,୯ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଏକାଠି ହୋଇ ପାଳନ କଲେ ବିଶ୍ୱ ଆଦିବାସୀ ଦିବସ। ସୂଚନା ଅନୁଯାୟୀ, ସାରା ରାଜ୍ୟରେ ବିଶ୍ୱ…

ରାଞ୍ଚିରେ ଆନ୍ଦୋଳନର ବଡ଼ ପ୍ରଭାବ! ରଦ୍ଦ ହେବ ୧୪ତମ JPSC ପରୀକ୍ଷା! ୯୦ ଦିନରେ CID ତଦନ୍ତ…

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC ପରୀକ୍ଷାକୁ ନେଇ ଛାତ୍ରୀଛାତ୍ରମାନଙ୍କ ଦାବି ଦୀର୍ଘଦିନ ଧରି ଚର୍ଚ୍ଚାରେ ରହିଛି । ପରୀକ୍ଷା ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଅଟକି ରହିଥିବା ପରୀକ୍ଷା ଏବଂ…

ଜଳାଭିଷେକ ପାଇଁ ଯାଉଥିଲେ କାଉଡ଼ିଆ,ବାଟରେ ଓଲଟିଲା ଗାଡ଼ି, ଆଉ ତା’ ପରେ…

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାୟାପାଟଣା ଛକ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି।…

ବାରାମତୀରେ ପୁଣି ବିମାନ ଦୁର୍ଘଟଣା, ଅଜିତ ପାୱାରଙ୍କ ମୃତ୍ୟୁ ହୋଇଥିବା ସ୍ଥାନରେ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍

ମୁମ୍ବାଇ,୯ା୮: ମହାରାଷ୍ଟ୍ରର ପୁଣେ ଅନ୍ତର୍ଗତ ବାରମତୀ ଏୟାରପୋର୍ଟ ପରିସରରେ ପୁଣି ଏକ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସୁଛି । ଏକ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ମୁଜାଗଡ଼ରେ ଆଇନ ସଚେତନତା କାର୍ଯ୍ୟକ୍ରମ: ଆଇନଗତ ଅଧିକାର ଓ ସରକାରୀ ଯୋଜନା ସମ୍ପର୍କରେ….

ଭଞ୍ଜନଗର, ୯।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ମୁଜାଗଡ଼ସ୍ଥିତ ହରେକୃଷ୍ଣ ପ୍ରଧାନ କଲ୍ୟାଣ ମଣ୍ଡପଠାରେ ରବିବାର ତାଲୁକ ଆଇନ ସେବା କମିଟି, ଭଞ୍ଜନଗର…

ଦଲକି ନାଳ ପୋଲ ଉପରେ ୪ ଫୁଟ୍‌ ବନ୍ୟାଜଳ: ଖଣ୍ଡହତା-ସାହାଜଲଥା ଯାତାୟାତ ବିଚ୍ଛିନ୍ନ

ଅମରପାଲି, ୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ତଥା ରେଢ଼ାଖୋଲ ବ୍ଲକ ସୀମାବର୍ତ୍ତୀ ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଯୋଗୁ ବିଭିନ୍ନ ଜୋର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri