ନିର୍ଯାତନା ନେଇ ଥାନାର ଦ୍ୱାରସ୍ଥ ହେଲେ ଆଦିବାସୀ

ନୂଆପଡ଼ା,୧୩ା୯ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କେନ୍ଦୁବାହାରା ପଞ୍ଚାୟତ ଭଇଁଷାଦରା ଗାଁରେ ଆଦିବାସୀଙ୍କୁ ଉପରେ ମାନସିକ ନିର୍ଯାତନା ଦିଆଯାଉଥିବା ନେଇ ଗ୍ରାମବାସୀ ଧରମବନ୍ଧା ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସୂଚନା ଅନୁଯାୟୀ, ଭଇଁଷାଦରା ଗାଁରେ ମିର୍ଦ୍ଧା, ଗଣ୍ଡ, ଗଉଡ, ହରିଜନ, ସାହୁ, ରଣା, କେଉଟ, ମାଳି ଓ ଲୋହରା ଆଦି ଜାତିର ପାଖାପାଖି ଶହେ ପରିବାରର ୫ ଶହରୁ ଊର୍ଦ୍ଧ୍ୱ ଲୋକ ବାସ କରନ୍ତି। ଗାଁର ଅଧିକାଂଶ ଲୋକ ଚାଷ କାର୍ଯ୍ୟ ସରିଲେ ଦିନ ମଜୁରିଆ କାମ କରି ପରିବାର ପ୍ରତିପୋଷଣ କରନ୍ତି। ଗାଁରେ କୌଣସି ସାମାଜିକ କାର୍ଯ୍ୟ ହେଲେ ସମସ୍ତେ ଏକାଠି ପାଳନ କରନ୍ତି। ହେଲେ ଗାଁରେ କେତେଜଣ ପଛୁଆ ବର୍ଗର ଲୋକ ନିର୍ଯାତନା ଦେଇ ଆସୁଥିବା ସେମାନେ ଅଭିଯୋଗ କରିଛନ୍ତି। ପଛୁଆ ବର୍ଗର ଲୋକେ ବିବାହ, ବ୍ରତ, ପୂଜାକଲେ ଆଦିବାସୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି। ସେହି ଉତ୍ସବକୁ ଗଲେ କାହିଁକି ଆସିଲ ବୋଲି ଗାଁରେ ସଭା କରି ଜରିମାନା ଆଦାୟ କରୁଛନ୍ତି। ଜରିମାନା ନ ଦେଲେ ଗାଁ ଛାଡି ଚାଲିଯାଅ ବୋଲି ଧମକ ଦେଇ ନିଆଁ ପାଣି ବନ୍ଦ କରି ଦେଉଛନ୍ତି ବୋଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସମ୍ପୃକ୍ତ ବ୍ୟକ୍ତିମାନେ ଗାଁରେ ଥିବା ସରକାରୀ ଜମି, ଗାଁ ପୋଖରୀକୁ ଜବରଦଖଲ କରି ନେଇଛନ୍ତି। ଏ ସମ୍ପର୍କରେ ପୋଲିସକୁ କହିଲେ ପରିଣାମ ଭୟଙ୍କର ହେବ ବୋଲି ଧମକ ଦିଅନ୍ତି ବୋଲି ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି ା ତୁରନ୍ତ ଏହାର ତଦନ୍ତ କରି ନ୍ୟାୟ ପ୍ରଦାନ କରିବାକୁ ମିର୍ଦ୍ଧା ସମ୍ପ୍ରଦାୟର ୨୦ରୁ ଊର୍ଦ୍ଧ୍ୱ ପରିବାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ଏସ୍‌ଆଇ ବିନୋଦ ବିହାରୀ ସେଠୀଙ୍କୁ ପଚାରିବାରୁ ଏହା ଉପରେ ତଦନ୍ତ କରାଯିବ, ସତ୍ୟାସତ୍ୟ ଜଣାପଡିଲା ପରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ଏହି ସମୟରେ ଭକ୍ତବନ୍ଧୁ ଧରୁଆ, ସୁରେଶ ମିର୍ଦ୍ଧା, ସନ୍ତରାମ ମିର୍ଦ୍ଧା, ଦୁଃଖା ମିର୍ଦ୍ଧା, ରାମାୟଣ ବାଇ ମିର୍ଦ୍ଧା, ଦୁରପତି ମିର୍ଦ୍ଧା, ନିରଞ୍ଜନ ମିର୍ଦ୍ଧା, ପୁଷ୍ପା ମିର୍ଦ୍ଧା, ସୋଭାଗିରି ମିର୍ଦ୍ଧା, ମଙ୍ଗଳୁ ମିର୍ଦ୍ଧା ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ସାରେ ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri