ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା, ଯୋଗଦେଲେ…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ରଙ୍କ ମା’ ଡଃ. କନକ ମହାପାତ୍ରଙ୍କ ବିୟୋଗରେ ବୁଧବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା ’ ମହୁରୀ କାଳୁଆ ଶକ୍ତିପୀଠ ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଯାଇଛି। ବିଧାୟକଙ୍କ ମା’ ଗତ ଅଗଷ୍ଟ ୨ ତାରିଖରେ ୯୩ ବର୍ଷ ବୟସରେ ବାର୍ଦ୍ଧକ୍ୟ ଜନିତ କାରଣରୁ ଭୁବନେଶ୍ୱର ସ୍ଥିତ ବାସଭବନରେ ମୃତ୍ୟୁବରଣ କରିଥିଲେ । ଏହି ଅବସରରେ ତାଙ୍କରି ସ୍ମୃତି ଚାରଣ ଉଦ୍ଦେଶ୍ୟରେ ବୁଧବାର ନିର୍ବାଚନ ମଣ୍ଡଳୀସ୍ତରୀୟ ଏକ ଶୋକସଭା ପାଳିତ ହୋଇଥିଲା । ଏଥିରେ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା , ଆସିକା ବିଧାୟକ ସରୋଜ ପାଢୀ , ଚିକିଟି ବିଧାୟକ ମନୋରଞ୍ଜନ ସାମନ୍ତରାୟ , ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ , ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ , ବ୍ରହ୍ମପୁର ବିଧାୟକ କେ . ଅନିଲ କୁମାର , ପୂର୍ବତନ ବ୍ରହ୍ମପୁର ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ପୂର୍ବତନ କାଜୁ ନିଗମ ବୋର୍ଡ ସଭାପତି ସୁବାସ ମହାରଣା, ପୂର୍ବତନ ଦିଗପହଣ୍ଡି ବ୍ଳକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ , ଭାଜପା ରାଜ୍ୟ ପରିଷଦ ସଦସ୍ୟ ପରେଶ ଚନ୍ଦ୍ର ରଥ , ବ୍ରହ୍ମପୁର ଏମପି ପ୍ରତିନିଧି କେ. ହରିବନ୍ଧୁ ରେଡ୍ଡୀ, ଭବାନୀ ଶଙ୍କର ପଣ୍ଡା, ଦିଗପହଣ୍ଡି ଏନ୍‌ଏସି ନଗରପାଳ ପ୍ରଫୁଲ୍ଲ ପଣ୍ଡା , ଜିଲା ସମବାୟ ସଂଘ ପୂର୍ବତନ ସଭାପତି ସନାତନ ସଂଗ୍ରାମ ସିଂ ଙ୍କ ସମେତ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀରୁ ବହୁ ଗଣ୍ୟମାନ୍ୟ ବ୍ୟକ୍ତି , ଦିଗପହଣ୍ଡି ଓ କୁକୁଡାଖଣ୍ଡି ପଞ୍ଚାୟତ ସମିତିର ସରପଞ୍ଚ ସମିତି ସଭ୍ୟ , ଜିଲା ପରିଷଦ ସଦସ୍ୟ ଏବଂ ସହସ୍ରାଧିକ ଦଳୀୟ କର୍ମୀ ଉପସ୍ଥିତ ରହି ସ୍ବର୍ଗୀୟ ମହାପାତ୍ରଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ। ବିଧାୟକଙ୍କ ବାପା ମନମୋହନ ମହାପାତ୍ର , ଅଭିନେତ୍ରୀ ତଥା ସହଧର୍ମିଣୀ ମାମା ମିଶ୍ର ସମେତ ବହୁ ପରିବାର ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?