କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ ଛକଠାରୁ ଆରମ୍ଭ ହୋଇଥିବା କ୍ୟାଣ୍ଡଲ ଯାତ୍ରା ସହର ପରିକ୍ରମା କରି ସୁନୀଲଙ୍କ ବାସଭବନ ଓ କୋଚିଂ ସେଣ୍ଟରେ ପହଞ୍ଚିଥିଲା। ଏଥିରେ ବହୁ ସଂଖ୍ୟାରେ ଛାତ୍ରୀଛାତ୍ର, ଶିକ୍ଷକ, ସହକର୍ମୀ ଏବଂ ଶୁଭେଚ୍ଛୁ ସାମିଲ ହୋଇ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

୩୯ବର୍ଷ ବୟସରେ ସୁନୀଲଙ୍କ ଅକାଳ ବିୟୋଗ ଗଞ୍ଜାମ ସହରରେ ଶୋକର ଛାୟା ଖେଳି ଯାଇଛି। ଶାନ୍ତ, ସରଳ ଓ ମିଷ୍ଟଭାଷୀ ଭାବେ ପରିଚିତ ସୁନୀଲ ଗଞ୍ଜାମସ୍ଥିତ ଜୟଶ୍ରୀ କେମିକାଲ ସ୍କୁଲରେ ପ୍ରାଣୀ ବିଜ୍ଞାନ ଶିକ୍ଷକ ଭାବେ ଦୀର୍ଘ ୧୮ ବର୍ଷ ଧରି ଶିକ୍ଷାଦାନ କରିଥିଲେ। ଏଥିସହ ସେ ନିଜର କୋଚିଂ ସେଣ୍ଟର ମଧ୍ୟ ପରିଚାଳନା କରୁଥିଲେ। ଗତ ପ୍ରାୟ ୬ ମାସ ଧରି ସେ କିଡ୍‌ନୀ ଜନିତ ରୋଗୀରେ ପୀଡ଼ିତ ଥିଲେ। ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା।

ଆୟୋଜିତ ଶୋକସଭାରେ ଛାତ୍ରୀଛାତ୍ର, ପୂର୍ବତନ ଛାତ୍ର, ସହକର୍ମୀ ଓ ଶୁଭେଚ୍ଛୁମାନେ ସୁନୀଲଙ୍କ ସ୍ମୃତିଚାରଣ କରିଥିଲେ। ଶୋକସଭାକୁ ଜିଜ୍ଞାଂଶା ରାଓ, ସ୍ନେହଲତା ପ୍ରଧାନ ଅମ୍ବିକା ପଣ୍ଡା, ଏସ୍‌. ସୁମିତ୍ରା ରେଡ୍ଡୀ, ସସ୍ମିତା ବେହେରା, ସାଇ ଶ୍ରଦ୍ଧା ପଲାଇ, ଦୀପକ ବେହେରା ଓ ପ୍ରତୀକ ପାଣିଗ୍ରାହୀ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?