Posted inଜାତୀୟ

ଅଟଳ ବିହାରୀଙ୍କୁ ଶ୍ରଦ୍ଧାଞ୍ଜଳି…

ନୂଆଦିଲ୍ଲୀ,୨୫।୧୨ : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳେ ତାଙ୍କ ସମାଧିସ୍ଥଳରେ ପହଞ୍ଚିଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ଭାଜପାର ମୂଳଦୁଆ ପକାଇଥିବା ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ସମୟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଥମେ ତାଙ୍କ ସମାଧିସ୍ଥଳରେ ଅଟଳ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହା ପରେ ଉପରାଷ୍ଟ୍ରପତି ଜଗଦୀପ ଧନକର ତାଙ୍କୁ ଫୁଲ ଅର୍ପଣ କରିଥିଲେ। କେନ୍ଦ୍ର ମନ୍ତ୍ରୀ ଅମିତ ଶାହା, ନିର୍ମଳା ସୀତାରମଣ, ହାର୍ଦ୍ଦିକ ପୁରୀ ପ୍ରମୁଖ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଅଟଳ ବିହାରୀ ବାଜପେୟୀ ୧୯୨୪ ଡିସେମ୍ବର ୨୫ରେ ଗ୍ବାଲିୟରରେ ଜନ୍ମଗ୍ରହଣ କରିଥିଲେ। ୨୦୧୮ ଅଗଷ୍ଟ ୧୬ରେ ନୂଆଦିଲ୍ଲୀର ଏମ୍ସରେ ସେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri