Posted inଜାତୀୟ

ଇନ୍ଦିରାଙ୍କୁ ଶକ୍ତିସ୍ଥଳରେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୯।୧୧: ଲୌହ ମାନବୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୩ ତମ ଜନ୍ମ ବାର୍ଷିକୀ ଅବସରରେ ଶକ୍ତିସ୍ଥଳରେ ଗୁରୁବାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୧୯୧୭ ନଭେମ୍ବର ୧୯ରେ ଇନ୍ଦିରା ଗାନ୍ଧୀ ଆହ୍ଲାବାଦ୍‌ରେ ଜନ୍ମଗ୍ରହଣ କରିଥିଲେ। ପିତା ଜବାହର ଲାଲ୍‌ ନେହେରୁ ଏବଂ ମାତା କମଳା ନେହେରୁ ଇନ୍ଦିରାଙ୍କୁ ଅତି ସ୍ନେହ କରୁଥିଲେ। ଇନ୍ଦିରାଙ୍କର ଜଣେ ଭାଇ ଥିଲେ ମଧ୍ୟ ତାଙ୍କର ମୃତ୍ୟୁ ଘଟିଥିଲା। ୧୯୬୬ ଜାନୁୟାରୀ ୨୪ରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀଙ୍କ ମୃତ୍ୟୁ ପରେ ସେ ଦେଶର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ମାତ୍ର ରାଜନୀତିରେ ନୀରବତା ଅବଲମ୍ବନ କରଥିବାରୁ ଗଣମାଧ୍ୟମ ଇନ୍ଦିରାଙ୍କୁ ‘ଗୁଙ୍ଗୀ ଗୁଡ଼ିୟା’ ଭାବେ ଅଭିହିତ କରାଯାଇଥିଲା। ତେବେ ୧୯୬୭ ସାଧାରଣ ନିର୍ବାଚନ ପରେ ସେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରି ନିଜର ପ୍ରକୃତ ପରିଚୟ ଦେଇଥିଲେ। ୧୯୮୪ ଅକ୍ଟୋବର ୩୧ରେ ଦେହରକ୍ଷୀଙ୍କ ଗୁଳିରେ ଇନ୍ଦିରାଙ୍କ ମୃତ୍ୟୁ ଘଟିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri