ଟାଟା ଷ୍ଟିଲ ଯୋଡାରେ ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦୁଝର,୧୦।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଭାରତର ଅନ୍ୟତମ ସମ୍ମାନଜନକ ଶିଳ୍ପପତି ରତନ ଟାଟାଙ୍କୁ ସମ୍ମାନ ଜଣାଇ ଗୁରୁବାର ଟାଟା ଷ୍ଟିଲ ଯୋଡା ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଛି। ରତନ ଟାଟା ଅକ୍ଟୋବର ୯, ୨୦୨୪ ରେ ମୁମ୍ବାଇଠାରେ ଏକ ଘରୋଇ ଚିକିତ୍ସାଳୟରେ ଦେହାନ୍ତ ହୋଇଛି।

ଯୋଡା ସେଣ୍ଟ୍ରାଲ ଅର୍ଗାନାଇଜେଶନ (ଜେସିଓ)ଠାରେ ଆୟୋଜିତ ଏହି ସଭାରେ ବରିଷ୍ଠ ଅଧିକାରୀ, ଶ୍ରମିକ ସଂଘର ଅଧିକାରୀ ଏବଂ କର୍ମଚାରୀମାନେ ଏକତ୍ରିତ ହୋଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଦେଶ ପ୍ରତି ତାଙ୍କର ଉଲ୍ଲେଖନୀୟ ଅବଦାନ ବିଷୟରେ ଆଲୋକପାତ କରିଥିଲେ ।

ସେହିପରି ଯୋଡା ଇଷ୍ଟ ଲୌହ ଖଣି, ଖଣ୍ଡବନ୍ଧ ଲୌହ ଖଣି, ନୀଳାଚଳ ଖଣି, କଳମଙ୍ଗ ଏବଂ ଗନ୍ଧଲପଦା ପ୍ରକଳ୍ପ, ଆର ଏମ ପି ଅଫିସ ଏବଂ ଫେରୋ ପ୍ଲାଣ୍ଟ ପରିସରରେ ଶ୍ରଦ୍ଧାଞ୍ଜଳି ସଭା ଆୟୋଜନ କରାଯାଇଛି। ଏହି ସଭାରେ ସମସ୍ତେ ରତନ ଟାଟାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି।

ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ଥିବା ରତନ ଟାଟା କେବଳ ଜଣେ ଦୂରଦର୍ଶୀ ନେତୃତ୍ୱ ନଥିଲେ ବରଂ ଜଣେ ସମାଜସେବୀ ମଧ୍ୟ ଥିଲେ, ଯାହାର ପ୍ରଭାବ କର୍ପୋରେଟ ଜଗତ ବାହାରେ ମଧ୍ୟ ପରିଚିତ ହୋଇଥିଲା । ତାଙ୍କ ନେତୃତ୍ୱରେ ଟାଟା ଗ୍ରୁପ ଇସ୍ପାତ, ଅଟୋମୋବାଇଲ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ସମେତ ବିଭିନ୍ନ କ୍ଷେତ୍ରରେ ବିସ୍ତାର କରି ଭାରତର ଶିଳ୍ପ ପରିଦୃଶ୍ୟକୁ ଗଢ଼ିତୋଳିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri