ଜଳ ଯୋଗାସନରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ଖୋର୍ଦ୍ଧା ଅଫିସ,୭ା୪: ଛତିଶଗଡ଼ର ବିଜାପୁର ଜିଲା ତଥା ମାଲକାନଗିରି ଜିଲା ସୀମାନ୍ତରେ ମାଓବାଦୀଙ୍କ ଆକ୍ରମଣରେ ୨୨ଜଣ ଯବାନ ଶହୀଦ ହୋଇଛନ୍ତି। ଶହୀଦ ଯବାନଙ୍କ ସ୍ମୃତିରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ଟାଙ୍ଗୀ ବ୍ଲକ ଅନ୍ତର୍ଗତ ସରାପାରି ଗ୍ରାମର ସୁଦାମ ଚରଣ ସାହୁ ଅଭିନବ ଉପାୟରେ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଖୋର୍ଦ୍ଧା ସାମନ୍ତରାପୁର ଗଦା ପୋଖରୀରେ ବୁଡି ଯୋଗାସନ ସ୍ଥିତିିରେ ଦୁଇ ହାତରେ ଜାତୀୟ ପତାକା ଏବଂ ପେଟରେ ଦୀପ ରଖି ୩୦ମିନିଟ୍‌ରୁ ଊର୍ଦ୍ଧ୍ୱ ସମୟ ଧରି ପାଣିରେ ବୁଡି ରହି ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏଥିସହ ଶହୀଦ ପରିବାରଙ୍କୁ ସମବେଦନା ଜଣାଇଛନ୍ତି। ସୁଦାମ କହିଛନ୍ତି, ଏହି ଘଟଣା ଅତ୍ୟନ୍ତ ମର୍ମାହତ କରିଛି। ଶହୀଦ ଯବାନଙ୍କୁ ଏଭଳି ଭାବେ ଶ୍ରଦ୍ଧାଞ୍ଜଳି ଦେବା ଲାଗି ମନସ୍ଥ କରିଥିଲି। ସେମାନଙ୍କ ଆତ୍ମାର ସଦ୍‌ଗତି କାମନା କରୁଛି।
ସେହିପରି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଖୋର୍ଦ୍ଧା ନଗର ପକ୍ଷରୁ ଖୋର୍ଦ୍ଧା ପିଏନ୍‌ କଲେଜ ନିକଟ ଏକ ମନ୍ଦିର ପରିସରରେ ପ୍ରଦୀପ ପ୍ରଜ୍ଜଳନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ନଗର ସମ୍ପାଦକ ଲଳିତ ବଡ଼ଜେନା, ସହ ସମ୍ପାଦିକା ଦୀପ୍ତିମୟୀ ପ୍ରତିହାରୀ, ବିନୟ ପାତ୍ର, ପ୍ରିୟବ୍ରତ ପ୍ରଧାନ, ଶିବ ପ୍ରସାଦ ପଟ୍ଟନାୟକ, ଅଭିଷେକ ସେଠୀ, ଧନେଶ୍ୱର ସାମନ୍ତରାୟ, ଅନିଲ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri