କରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି

ବାଲେଶ୍ୱର ଅଫିସ, ୨୯।୭-କରୋନାରେ ପ୍ରାଣ ହରାଇଥିବା ଗଜପତି ଜିଲାର ଅତିରିକ୍ତ ଜିଲାପାଳ କରୁଣାକର ରାଇକାଙ୍କୁ ସୋମବାର ବାଲେଶ୍ୱର ଜିଲା ସଦ୍‌ଭାବନା ଗୃହରେ ଜିଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ବାଲେଶ୍ୱର ଜିଲାର ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ ପୌରୋହିତ୍ୟ କରି ସ୍ବର୍ଗତ ରାଇକା ୧୯୯୧ ବ୍ୟାଚର ଓଡ଼ିଶା ପ୍ରଶାସନିକ ସେବାରେ ଯୋଗଦେଇ ଜଣେ ଦକ୍ଷ ଅଧିକାରୀ ଭାବେ ନିଜକୁ ପ୍ରମାଣିତ କରିଥିବା ବେଳେ ଗତ ୨୧ତାରିଖରେ କରୋନା ଯୋଦ୍ଧା ଭାବରେ ପ୍ରାଣ ହରାଇବା ସମଗ୍ର ରାଜ୍ୟ ପାଇଁ ଦୁଃଖର ବିଷୟ ବୋଲି ପ୍ରାରମ୍ଭିକ ସୂଚନା ଦେଇଥିଲେ। ପରେ ତାଙ୍କର ଅମର ଆତ୍ମାର ସଦ୍‌ଗତି ନିମନ୍ତେ ୨ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଥିଲା। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଯୋଗଦେଇ ତାଙ୍କ ତୈଳଚିତ୍ରରେ ପୁଷ୍ପ ଅର୍ପଣ କରି ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ। ନିଜର କର୍ତ୍ତବ୍ୟ ପାଳନ ସହ କରୋନାଠାରୁ ଦୂରେଇ ରହିବା ପାଇଁ ଉପସ୍ଥିତ ପ୍ରଶାସନିକ ଅଧିକାରୀମାନଙ୍କୁ ଗୁରୁତ୍ୱ ଦେବା ପାଇଁ କହିଥିଲେ। ଅତିରିକ୍ତ ଜିଲା ପ୍ରକଳ୍ପ ଅଧିକାରୀ ନିଲୁ ମହାପାତ୍ରଙ୍କ ପୂର୍ବତନ ସହକର୍ମୀ ଭାବରେ ସ୍ବର୍ଗତ ରାଇକା କାର୍ଯ୍ୟ କରିଥିବାରୁ ତାଙ୍କର କର୍ମଜୀବନ ସମ୍ପର୍କରେ କହିଥିଲେ। ଜିଲା ପ୍ରକଳ୍ପ ଅଧିକାରୀ ରାମଚନ୍ଦ୍ର ଜେନା, ସଦର ତହସିଲଦାର ପଞ୍ଚାନନ ପାତ୍ର, ବିଡିଓ ନରେନ୍ଦ୍ର ଖମାରୀ, ଡେପୁଟି କଲେକ୍ଟର ଅନାଦି ସେଠୀ, ଅରୁଣା ତ୍ରିପାଠୀ, ଶରତ ମଲିକ, ଆସିଷ୍ଟାଣ୍ଟ କଲେକ୍ଟର ମନୋଜ ସେନାପତି, ରିଜୁୱାନା କୱାକ, ଜିଲା ମଙ୍ଗଳ ଅଧିକାରୀ ରାଜୀବ କୁମାର ସାହୁ , ଜିଲା କ୍ରୀଡା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଜେନା ଓ ଜିଲା ସୂଚନା ଲୋକସମ୍ପର୍କ ଅଧିକାରୀ ଦୀପକ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?