ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି

ପାଟଣା,୧୬ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଭାଜପା କାର୍ଯ୍ୟାଳୟ ପରିସରରେ ଶନିବାର ପୂର୍ବତନ ପ୍ରଧାନମନ୍ତ୍ରୀ ପ୍ରବୀଣ କବି ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ପୁଣ୍ୟତିଥି ଅବସର ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ରାଧାକାନ୍ତ ମହାନ୍ତ, ଆର୍‌ଏସ୍‌ଏସ୍‌ର ବରିଷ୍ଠ ସଦସ୍ୟ ମୋଚିରାମ ସାହୁ, ଭାଜପା ନେତା ରଜନୀକାନ୍ତ ମିଶ୍ର, ବଳଭଦ୍ର ନାଏକ, ହୃଷୀକେଶ ସାହୁ, ଇନ୍ଦ୍ରଜିତ ସାହୁ, ଦେବସିଂହ ସମେତ ଶତାଧିକ ଭାଜପା କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତିଚାରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମକୁ ବିଧାୟକଙ୍କ ଚମ୍ପୁଆ ବ୍ଲକ ପ୍ରତିନିଧି ଭାବଗ୍ରାହୀ ମହାନ୍ତ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri