ଓ୍ବାନ୍‌ ଡବ୍ଲ୍ୟୁଟିସିରେ ଝଲସିବ ତ୍ରିରଙ୍ଗା

ଓ୍ବାଶିଂଟନ,୧୪ା୮: ଅଗଷ୍ଟ ୧୫ରେ ଭାରତ ୭୫ତମ ସ୍ବାଧୀନତା ଦିବସ ପାଳନ କରିବ। ଏହି ଅବସରରେ ଆମେରିକାର ନ୍ୟୁୟର୍କ ସହରସ୍ଥିତ ଓ୍ବାନ୍‌ ଓ୍ବାଲର୍‌ଡ ଟ୍ରେଡ୍‌ ସେଣ୍ଟର (ଡବ୍ଲ୍ୟୁଟିସି)ରେ ଭାରତର ଜାତୀୟ ପତାକା ତ୍ରିରଙ୍ଗା ଝଲସିବ। ୨୦୦୧ ସେପ୍ଟେମ୍ବର ୧୧ରେ ଆମେରିକାର ଏହି ଉଚ୍ଚତମ ଟାଓ୍ବାରକୁ ଅଲ୍‌କାଏଦା ଆତଙ୍କବାଦୀ ଆକ୍ରମଣ କରିଥିଲେ। ସାଉଥ୍‌ ଏସିଆନ୍‌ ଏନ୍‌ଗେଜ୍‌ମେଣ୍ଟ ଫାଉଣ୍ଡେଶନ(ଏସ୍‌ଏଇଏଫ୍‌) ପକ୍ଷରୁ କୁହାଯାଇଛି ଯେ, ବିଶ୍ୱର ସର୍ବବୃହତ୍‌ ଗଣତନ୍ତ୍ର ଭାରତ ସ୍ବାଧୀନତା ପ୍ରାପ୍ତିର ୭୪ ବର୍ଷ ପୂର୍ତ୍ତି ପାଳନ କରୁଥିବାବେଳେ ଓ୍ବାନ୍‌ ଡବ୍ଲ୍ୟୁଟିସିର ୪୦୮ ଫୁଟ୍‌ ଉଚ୍ଚତା ଓ ୭୫୮ ଟନ୍‌ ଓଜନ ଶିଖର ତଥା ଏହାର ପ୍ରାଙ୍ଗଣକୁ ତ୍ରିରଙ୍ଗା ପତାକାର ଆଲୋକମାଳାରେ ସଜ୍ଜିତ କରାଯିବ। ଏହି ଦିନ ମ୍ୟାନ୍‌ହଟ୍ଟନରେ ଡର୍ଷ୍ଟ ଅର୍ଗାନାଇଜେଶନର ଓ୍ବାନ୍‌ ବ୍ରାଏଣ୍ଟ ପାର୍କ ଏବଂ ଓ୍ବାନ୍‌ ଫାଇଭ୍‌ ଓ୍ବାନ୍‌ ପ୍ରତିଷ୍ଠାନ ମଧ୍ୟ ତ୍ରିରଙ୍ଗାରେ ଝଲସିବ। ଅଗଷ୍ଟ ୧୫ରେ ସୂର୍ଯ୍ୟାସ୍ତ ପରେ ରଙ୍ଗବେରଙ୍ଗ ଆଲୋକମାଳାର ବ୍ୟବସ୍ଥା କରାଯିବ, ଯାହାକି ବିଳମ୍ବିତ ରାତି ପର୍ଯ୍ୟନ୍ତ ଦୃଶ୍ୟମାନ ହେବ। ଡର୍ଷ୍ଟ ଅର୍ଗାନାଇଜେଶନ ସହ ମିଳିତ ଭାବେ ଏହି କାର୍ଯ୍ୟକ୍ରମର ଆୟାଜନ କରାଯିବ ବୋଲି ଏସ୍‌ଏଇଏଫ୍‌ ପକ୍ଷରୁ କୁହାଯାଇଛି। ପ୍ରକାଶ ଯେ, ନ୍ୟୁୟର୍କର ଏମ୍ପାୟାର ଷ୍ଟେଟ୍‌ ବିଲ୍ଡିଂକୁ ପ୍ରତିବର୍ଷ ସ୍ବାଧୀନତା ଦିବସରରେ ପାରମ୍ପରିକ ଭାବେ ଭାରତୀୟ ଜାତୀୟ ପତାକାର ୩ ରଙ୍ଗରେ ରଙ୍ଗାୟିତ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri