ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମରେ କଳିଙ୍ଗ ମହାବିଦ୍ୟାଳୟ,ଇନ୍ଦିରା ପ୍ରିୟଦର୍ଶିନୀ ଉଚ୍ଚ ମାଧ୍ୟମିକ ମହିଳା ବିଦ୍ୟାଳୟ, ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ, ପିଏମଶ୍ରୀ ହବାକ ଉଚ୍ଚ ବିଦ୍ୟାଳୟ, ସ୍ବାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର, ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଶତାଧିକ ଛାତ୍ରୀଛାତ୍ରମାନେ ଏକ ଦୀର୍ଘ ଲମ୍ବା ଜାତୀୟ ପତାକା ଧରି ସହର ପରିକ୍ରମା କରିଥିଲେ। ସ୍ଥାନୀୟ ହାବାକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆ ଠାରୁ ଆରମ୍ଭ ହୋଇଥିବା ଏହି ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ମାନଗୋବିନ୍ଦ ପ୍ରଧାନ,ସ୍ଥାନୀୟ ବିଜେପି ନଗର ସଭାପତି ଭେଙ୍କଟେଶ୍ବର ବେହେରା,ସ୍ଥାନୀୟ ତହସିଲଦାର ସମୁଦ୍ର ମିଶ୍ର, ଭାରପ୍ରାପ୍ତ ବିଡିଓ ସତ୍ୟନାରାୟଣ ମିଶ୍ର, ଅତିରିକ୍ତ ତହସିଲଦାର ଦେବାଶିଷ ଜେନା, ଶିକ୍ଷୟିତ୍ରୀ ଶିକ୍ଷକ,ଅନ୍ୟ କର୍ମଚାରୀ ତଥା ସ୍ଥାନୀୟ ଭାଜପା ନେତୃବୃନ୍ଦ ଉପସ୍ଥିତ ରହିଥିଲେ ।

Odisha’s No.1 Odia Daily

Share