ଭାରତ ମାତା ପୂଜନ ଉତ୍ସବରେ ଓଲଟା ଉଡ଼ିଲା ତ୍ରିରଙ୍ଗା

ଦାରିଙ୍ଗବାଡ଼ି,୨୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ୧୪ ତମ ଭାରତମାତା ପୂଜନ ଉତ୍ସବ ପାଳନ ସହ ବନ୍ଦେ ମାତରଂର ୧୫୦ତମ ବର୍ଷ ପୂର୍ତ୍ତି ଅବସରରେ ନିଆରା ଢଙ୍ଗରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଛି। ଏଥିପାଇଁ ଜିଲା ଓ ଜିଲା ବାହାରୁ ବହୁ ଶ୍ରଦ୍ଧାଳୁ, ଦେଶ ଭକ୍ତମାନେ ଯୋଗଦାନ କରିଛନ୍ତି। ଏହି ଦିବସ ପାଳନ ଅବସରରେ ପୂର୍ବାହ୍ନରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଏଥିସହ ଉତ୍ତୋଳନ ପରେ ସମସ୍ତେ ମିଳିତ ଭାବେ ଜାତୀୟ ସଙ୍ଗୀତ ଗାନ କରି ଜାତୀୟ ପତାକାକୁ ସମ୍ମାନ ଜଣାଇଥିଲେ। ଏହି ସବୁ କାର୍ଯ୍ୟ ସାରିବା ବେଳକୁ ନଜରକୁ ଆସିଲା ଜାତୀୟ ପତାକାଟି ଓଲଟା ଉଡ଼ୁଛି। ତାକୁ ଭୁଲ ବଶତଃ ଓଲଟା ବନ୍ଧା ଯାଇ ଉତ୍ତୋଳନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ସଂସ୍କାର ଭାରତୀ ପକ୍ଷରୁ ଆୟୋଜନ କରାଯାଇଥିବା ବେଳେ ଜଣେ ଅଭିଜ୍ଞ ଲୋକଙ୍କ ଦ୍ୱାରା ଏତେ ବଡ଼ ଭୁଲ୍‌ ହୋଇଗଲା ବୋଲି ଏବେ ସିମନବାଡି ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ପୁଣି ପତାକା ତଳକୁ ଓଲ୍ହାଇ ତାକୁ ସଠିକ୍‌ ଭାବେ ବାନ୍ଧଯାଇଥିଲା ବୋଲି ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ, ଏହି କାର୍ଯ୍ୟକ୍ରମ ଗତ ୧୩ ବର୍ଷ ପାଳିତ କରାଯାଇଥିବା ବେଳେ ଚଳିତ ବର୍ଷ ୧୪ତମ ବର୍ଷ ପାଳନ କରାଯାଉଛି। ସନ୍ଧ୍ୟାରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବାକୁଥିବାବେଳେ ସାଂସ୍କୃତିକ କାର୍ଯ୍ୟକ୍ରମରେ ବାରିପଦାର ଛଉନୃତ୍ୟ ସମେତ ନୟାଗଡ଼, ବୌଦ୍ଧ, ସୁନ୍ଦରଗଡ଼ ଆଦି ଜିଲାରୁ ବିଭିନ୍ନ ସାଂସ୍କୃତିକ ଦଳ ପହଞ୍ଚିବେ ଓ ନିଜ କଳା ପ୍ରଦର୍ଶନ କରିବେ। ସେହିପରି ସ୍ଥାନୀୟ କଳାକାରଙ୍କ ଦ୍ୱାରା ମଧ୍ୟ ପାରମ୍ପରିକ ନୃତ୍ୟ, ସଙ୍ଗୀତ ଓ ଅନ୍ୟାନ୍ୟ କଳା ପ୍ରଦର୍ଶନ କାର୍ଯ୍ୟକ୍ରମ ରହିଛି। ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରକ ପାତ୍ର ଆଇଆଇଆସି ସଂଗ୍ରାମ କେଶରୀ ଜେନା ପ୍ରମୁଖ ଉକ୍ତ ଉତ୍ସବସ୍ଥଳକୁ ଆସି ପରିଦର୍ଶନ କରି ଫେରିଥିବା ଓ କାର୍ଯ୍ୟକ୍ରମକୁ ସଫଳ କରାଇବାରେ କାର୍ଯ୍ୟ କରୁଥିବା ଜଣାପଡ଼ିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପଗିରି ମନ୍ଦିର ଗୁପ୍ତଧନ ଲୁଟ୍‌ର ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ ‘ଗୁରୁ’ଙ୍କ ସହ ୫ ଗିରଫ, ଜବତ ହୋଇପାରିନି…

ଥୁଆମୂଳ ରାମପୁର, ୧୨।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମୁଡ଼ାବାହାଲ ଗ୍ରାମର ପ୍ରାଚୀନ ପ୍ରତାପଗିରି (ବୁଢ଼ାରଜା-ଠାକୁରାଣୀ) ମନ୍ଦିରରୁ ଗୁପ୍ତଧନ ଲୁଟ ଘଟଣାରେ…

ରବି ଧାନ ସଂଗ୍ରହ ପାଇଁ ପଞ୍ଜୀକରଣ ଆରମ୍ଭରୁ ଅସନ୍ତୋଷ: ଅବଧି ବୃଦ୍ଧି ଦାବି କଲେ ଚାଷୀ, ସମବାୟ ଉପ ନିବନ୍ଧକଙ୍କୁ…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଗତ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏଥିପାଇଁ ରହିଥିବା ଅବଧିକୁ ନେଇ ଆରମ୍ଭରୁ…

ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…

କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର…

ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ: ଓଡିଶାରୁ ପ୍ରତିନିଧିତ୍ବ କଲେ ବରଗଡ଼ର ବୁଣାକାର…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ନୂଆଦିଲ୍ଲୀର ଉଦ୍ୟୋଗ ଭବନରେ ବୁଧବାର ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦେଶର ହସ୍ତତନ୍ତ୍ର ଶିଳ୍ପର ସମସ୍ୟା, ଉନ୍ନତି ଓ ଭବିଷ୍ୟତ ଯୋଜନା…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ଖାଉଟି ଅଦାଲତରେ ଦଣ୍ଡିତ ହେଲେ ‘ମୁକେଶ ଏଣ୍ଟରପ୍ରାଇଜେସ’: ନୂଆ ଟିଭି ସହ…

ଭବାନୀପାଟଣା, ୧୨।୩ (ଉତ୍ତମ କୁମାର ଦାଶ): ଗ୍ରାହକଙ୍କୁ ସେବା ଯୋଗାଇବାରେ ଅବହେଳା କରିବା ଜୁନାଗଡ଼ର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଓ ବିଶ୍ୱପ୍ରସିଦ୍ଧ ଟିଭି ନିର୍ମାତା ସଂସ୍ଥା ‘ସାମସଙ୍ଗ’କୁ…

ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର

ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri