ଭାରତୀୟ ସେନାର ମନୋବଳ ବୃଦ୍ଧି ପାଇଁ ତ୍ରିରଙ୍ଗା ଶୋଭାଯାତ୍ରା

ଦେବଗଡ,୧୦।୫(ଶଶାଙ୍କ ଶେଖର ଝାଙ୍କର):ଭାରତୀୟ ସେନାର ମନୋବଳ ବୃଦ୍ଧି ଉଦ୍ଦେଶ୍ୟରେ ଦେବଗଡ ପୌର ପରିଷଦ ପକ୍ଷରୁ ଏକ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଦେବଗଡ ପୌର ପରିଷଦ ନିର୍ବାହୀ ଅଧିକାରୀ କୃପାସିନ୍ଧୁ ସ୍ବାଇଁଙ୍କ ଆବାହନରେ ଏବଂ ପୌର ପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଜିତ କୁମାର ଭୋଜଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶୋଭାଯାତ୍ରା ପୌର ପରିଷଦ କାର୍ଯ୍ୟାଳୟରୁ ଆରମ୍ଭ ହୋଇ ପୁରୁଣା ମୋଟର ଗ୍ୟାରେଜ ଛକ, ଘରୋଇ ବସଷ୍ଟାଣ୍ଡ ଛକ, ଗୋପବନ୍ଧୁ ଛକ ଓ ଭାରତୀୟ ଷ୍ଟେଟବ୍ୟାଙ୍କ ଛକ ଦେଇ ଗୋପାଳଜୀ ମନ୍ଦିରରେ ପହଞ୍ଚିଥିଲା । ଏଥିରେ ପୌର ସହକାରୀ ଯନ୍ତ୍ରୀ ସ୍ବାତୀ ମହାନନ୍ଦ, ୧୧ନମ୍ବର ୱାର୍ଡର କାଉନଶିଲର କାର୍ତୀକ ମହାକୁଳ, ସମସ୍ତ ୱାର୍ଡର ସ୍ବଚ୍ଛ ସାଥୀ ଓ କର୍ମଚାରୀଙ୍କ ସମେତ ପୂର୍ବତନ କାଉନଶିଲର ଇଂ. ସୁଜିତ କୁମାର ପ୍ରଧାନ, ସୁଧୀର କୁମାର କପରଦାର, ସନ୍ତୋଷ କୁମାର ଦେବତା, ଅଶୋକ କୁମାର ନନ୍ଦ, ଭୋଳାନାଥ ଦାସ,ସତ୍ୟ ନାରାୟଣ ପାଣି, ପ୍ରକାଶ ପାଳ, ଜୟନ୍ତ ସାହୁ, ପରିରପାବନ ସାହୁ,ସୁଜିତ କୁମାର ପାତ୍ର, ଅଶୋକ କୁମାର ନନ୍ଦ, ନିରଞ୍ଜନ ଦ୍ୱିବେଦୀ ,ଅରୁଣ କୁମାର ସାହୁ, ସୁଶୀଳ କୁମାର ଭୋଇ , ବିରେନ କୁମାର ନାୟକ ଓ ଲିପୁନ ସୁହୁଳାଙ୍କ ସମେତ ବହୁ ଜନସାଧାରଣ ସାମିଲ ହୋଇ ଜାତୀୟ ପତାକା ଧରି ପାକିସ୍ଥାନ ବିରୁଦ୍ଧରେ ଏବଂ ଭାରତୀୟ ସେନା ସପକ୍ଷରେ ବିଭିନ୍ନ ସ୍ଳୋଗାନ ଦେଇଥିଲେ । ଶୋଭାଯାତ୍ରା ସେଠାରେ ଗୋପାଳଜୀ ମନ୍ଦିରରେ ପହଞ୍ଚିବାପରେ ଭାରତୀୟ ସେନାର ଶକ୍ତି ଏବଂ ମନୋବଳ ବୃଦ୍ଧି ନିମନ୍ତେ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଠାକୁରଙ୍କୁ ପ୍ରାର୍ଥନା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ…

ଓରାଙ୍ଗ୍‌ଉଟାନ ଚୋରାଚାଲାଣ: ଡବ୍ଲ୍ୟୁସିସିବି, ଏସ୍‌ଟିଏଫ୍‌ର ତଦନ୍ତ

ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ବିଚିତ୍ରପୁର ନିକଟ ରଣକଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ହେବାପରେ ଏହା ପଛରେ ଅନ୍ତର୍ଜାତୀୟ ବନ୍ୟପ୍ରାଣୀ ଚାଲାଣକାରୀ ଗ୍ୟାଙ୍ଗ୍‌…

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri