ଗାଁ, ସହରରେ ନିୟମ କଡ଼ାକଡ଼ି କର

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ସମ୍ଭାବ୍ୟ ୨ୟ ପର୍ଯ୍ୟାୟ କରୋନା ସଂକ୍ରମଣ ରୋକିବା ଲାଗି ଉଭୟ ଗ୍ରାମ ଓ ସହରାଞ୍ଚଳରେ କୋଭିଡ୍‌ ନିୟମ ପ୍ରବର୍ତ୍ତନ କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲାପାଳ ଏବଂ ଜିଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ବିଭିନ୍ନ ଜିଲାର ସ୍ଥିତି ସମୀକ୍ଷା କରି ଏହି ନିର୍ଦ୍ଦେଶ ଦିଆଯାଇଛିି।
ଏହି ଅବସରରେ ମୁଖ୍ୟ ଶାସନ ସଚିବ କହିଛନ୍ତି, ସଂକ୍ରମଣ ପ୍ରତିରୋଧର ଏକ ଗୁରୁତ୍ୱପୂର୍ଣ୍ଣ ଉପାୟ ହେଉଛି ସଂକ୍ରମିତ ଲୋକଙ୍କୁ ପ୍ରଥମରୁ ଚିହ୍ନଟକରି ଚିକିତ୍ସା ଓ ପୃଥକ୍‌ ବାସ ଲାଗି ଆବଶ୍ୟକ ପରାମର୍ଶ ଦେବା। ଏହାଛଡା ଅଧିକ ଲୋକ ଯାତାୟାତ ସ୍ଥାନ, ହାଟ, ବଜାର, ସହର ଓ ଗ୍ରାମଗୁଡିକରେ ମାସ୍କ ପିନ୍ଧିବା ଓ ପରସ୍ପରଠାରୁ ଦୂରତା ରକ୍ଷା କରିବା ନିୟମକୁ କଡ଼ାକଡ଼ି ଭାବେ ଲାଗୁ କରିବା ଏକାନ୍ତ ଆବଶ୍ୟକ। ପ୍ରଥମ ପର୍ଯ୍ୟାୟ ସଂକ୍ରମଣ ପରିଚାଳନାରେ ଜିଲା ଓ ପ଼ଞ୍ଚାୟତଗୁଡିକ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି, ଯେଉଁଥିଲାଗି ଓଡ଼ିଶା ଅପେକ୍ଷାକୃତ ଭାବେ ଭଲ ସ୍ଥିତିରେ ରହିଛି। ସମ୍ଭାବ୍ୟ ୨ୟ ପର୍ଯ୍ୟାୟ ସଂକ୍ରମଣ ରୋକିବା ନିମନ୍ତେ ଅଧିକ ଦକ୍ଷତାର ସହ ଟିମ୍‌ ମନୋଭାବରେ କାର୍ଯ୍ୟ କରିବା ଲାଗି ଜିଲାପାଳ, ସରପଞ୍ଚ, ଓ୍ବାର୍ଡମେମ୍ବର ଏବଂ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି, ସରପଞ୍ଚ ଓ ଓ୍ବାର୍ଡମେମ୍ବରମାନଙ୍କ ବୈଠକ ଡାକି କୋଭିଡ୍‌ ସଂକ୍ରମଣ, ନିରାକରଣ, ସଂକ୍ରମିତ ଲୋକଙ୍କ ଚିହ୍ନଟ, ସ୍ବଗୃହରେ ପୃଥକ୍‌ ବାସ ଓ ଚିକିତ୍ସା ଆଦି ବିଷୟରେ ସବିଶେଷ ଆଲୋଚନା କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ପ୍ରତ୍ୟେକ ଗାଁ ଓ ସହରରେ ମାଇକ ମାଧ୍ୟମରେ ପ୍ରଚାର ସହ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ନିୟମ ଉଲଙ୍ଘନକାରୀଙ୍କ ଠାରୁ ଜରିମାନା ଆଦାୟ ଆରମ୍ଭ କରିବାକୁ କୁହାଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି, ଅନ୍ୟ ରାଜ୍ୟ ଓ ବିଦେଶରୁ ଆସୁଥିବା ବ୍ୟକ୍ତିମାନଙ୍କ ଆର୍‌ଟି-ପିସିଆର୍‌ ଟେଷ୍ଟ ଏବଂ ନିଜ ଗୃହରେ ପୃଥକ୍‌ ବାସ ଉପରେ ଗୁରୁତ୍ୱାରୋପ କରିଛନ୍ତି। କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଓ ପଞ୍ଜାବ ଆଦି ରାଜ୍ୟରେ ଦେଖାଦେଇଥିବା ୨ୟ ପର୍ଯ୍ୟାୟ ଭୂତାଣୁ ଅଧିକ କ୍ଷତିକାରକ ବୋଲି ପ୍ରଦୀପ୍ତ ସତର୍କ କରାଇ ଦେଇଛନ୍ତି। ପ୍ରତି ଜିଲାରେ ଅଧିକରୁ ଅଧିକ ଆର୍‌ଟି-ପିସିଆର୍‌ ଟେଷ୍ଟ କରାଇବା ନେଇ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କୁ ଚିହ୍ନଟ, ପରୀକ୍ଷା ଓ ସ୍ବଗୃହରେ ପୃଥକ୍‌ ବାସ ଆଦି କାର୍ଯ୍ୟରେ ସରପଞ୍ଚ, ଓ୍ବାର୍ଡମେମ୍ବର, ଜନପ୍ରତିନିଧି ଏବଂ ସ୍ବେଚ୍ଛାସେବୀମାନଙ୍କୁ ସକ୍ରିୟଭାବେ ସାମିଲ କରିବାକୁ ପରାମର୍ଶ ଦିଆଯାଇଛି। ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦର, ଝାରସୁଗୁଡ଼ା ବିମାନବନ୍ଦର ଏବଂ ଓଡ଼ିଶାର ବିଭିନ୍ନ ରେଳ ଷ୍ଟେଶନରେ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ଥର୍ମାଲ ସ୍କ୍ରିନିଂ ସହ ଆବଶ୍ୟକ ମନେହେଲେ ଆର୍‌ଟି-ପିସିଆର୍‌ ଟେଷ୍ଟକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ପୌରାଞ୍ଚଳ କମିଶନର ଏବଂ ପୂର୍ବତଟ ରେଳପଥ ମହାନିର୍ଦ୍ଦେଶକଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri