Posted inଜାତୀୟ

ତୃଣମୂଳ କଂଗ୍ରେସ ଦୁର୍ନୀତିରେ ରେକର୍ଡ କରିଛି: ମୋଦି

ନୂଆଦିଲ୍ଲୀ,୨୧।୩: ପଶ୍ଚିମବଙ୍ଗରେ ମାର୍ଚ୍ଚ ୨୭ରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ କରାଯିବ। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଭୋଟରଙ୍କୁ ହାତେଇବା ପାଇଁ ଯୋଜନା କରାଯାଉଛି। ଏହି ମର୍ମରେ ଭାଜପା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଟୁଇଟ୍‌ କରି କହିଛନ୍ତି ଯେ, ରାଜ୍ୟରେ ଗତ ୭୦ ବର୍ଷ ଧରି କଂଗ୍ରେସ,ବାମଦଳ ଏବଂ ତୃଣମୂଳ କଂଗ୍ରେସ ନିଜ ନିଜ ଶାସନ କାଳରେ ଲୋକଙ୍କୁ କେବଳ ଠକି ଛନ୍ତି। ବିକାଶର ପ୍ରତିଶ୍ରୁତି ଦେଇ ରାଜ୍ୟର ଜନସାଧାରଣଙ୍କ ପାଖରେ ସୁବିଧା ସୁଯୋଗ ପହଞ୍ଚାଯାଇ ନାହିଁ। ପ୍ରତିଶ୍ରୁତିର ସ୍ବପ୍ନ ପ୍ରବଞ୍ଚନା ପାଲଟିଛି। ରାଜ୍ୟରେ କ୍ଷମତା ଦଖଲ କରିଥିବା ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଦୁର୍ନୀତିରେ ରେକର୍ଡ କରିଥିବା ମୋଦି କହିଛନ୍ତି। କଂଗ୍ରେସ ଏବଂ ବାମଦଳ ସରକାରରେ ହୋଇଥିବା ଦୁର୍ନୀତିକୁ ମମତା ସରକାରଙ୍କ ଦୁର୍ନୀତି ଟପି ଯାଇଛି ବୋଲି ସେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri