Posted inଜାତୀୟ

ନିଲମ୍ବିତ ହେଲେ ଟିଏମ୍‌ସି ଏମ୍‌ପି

ନୂଆଦିଲ୍ଲୀ,୨୧।୧୨: ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ରାଜ୍ୟସଭା ସଦସ୍ୟ ଡେରେକ ଓ’ବ୍ରାଏନ ଶୀତକାଳିନ ଅଧିବେଶନରୁ ନିଲମ୍ବିତ ହୋଇଛନ୍ତି । ଫଳରେ ସଂସଦୀୟ ରାଜ୍ୟ କାର୍ଯ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତା ଓବ୍ରାଏନ ଅଧିବେଶନର ବାକିଥିବା କାର୍ଯ୍ୟ ଦିବସରେ ସଂସଦ ମଧ୍ୟକୁ ପ୍ରବେଶ କରିପାରିବେ ନାହିଁ । ଏପରିକି କୌଣସି ଆଲୋଚନାରେ ଭାଗ ନେଇ ପାରିବେ ନାହିଁ ।

ନିର୍ବାଚନ ସଂଶୋଧନ ବିଧେୟକକୁ ନେଇ ଗୃହରେ ଅଲୋଚନା ଚାଲିଥିବା ବେଳେ ବିରୋଧୀ ହୋ ହାଲ୍ଲା କରିଥିଲେ । ହେଲେ ଓ’ବ୍ରାଏନ ରାଜ୍ୟ ସଭା ଅଧ୍ୟକ୍ଷଙ୍କ ଟେବୁଲ ଉପରକୁ ଏକ ରୋଲ ବୁକ ଫୋପାଡିଥିବା ନେଇ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ତାଙ୍କୁ ଅଧିବେଶନରେ ବାକିଥିବା କାର୍ଯ୍ୟ ଦିବସଗୁଡିକରୁ ନିଲମ୍ବିତ କରାଯାଇଛି ।

ସୂଚନା ଯୋଗ୍ୟ, ସଂସଦରେ ଶୀତକାଳୀନ ଅଧିବେଶନରେ ଆଉ ୪ ଦିନ ବାକି ରହିଛି । ଏହାପୂର୍ବରୁ ୧୨ ଜଣ ସାଂସଦଙ୍କୁ ନିଲମ୍ବିତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri