ତ୍ରିନାଥ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୧୯ା୪:ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ପୋଲିସ କମ୍ୟୁନିକେଶନ ବିଭାଗର ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସୋମବାର କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୬୦ଦିନ ଭିତରେ ପୋଲିସ ଚାର୍ଜଶିଟ ଦାଖଲ କରି ନ ପାରିବାରୁ ତାଙ୍କୁ ଜାମିନ ମିଳିଛି। ପ୍ରମାଣ ନଷ୍ଟ ନ କରିବା ସହ ଅନ୍ୟାନ୍ୟ ସର୍ତ୍ତ ରଖି ଭିଜିଲାନ୍ସ କୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତ୍ରିନାଥଙ୍କୁ ଫେବୃୟାରୀ ୧୬ରେ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେବେଠାରୁ ସେ ଜେଲରେ ଅଛନ୍ତି। ପରେ ରାଜ୍ୟ ସରକାର ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ। ଭୁବନେଶ୍ୱର, ନବରଙ୍ଗପୁର, ଯାଜପୁର, ଚଣ୍ଡିଖୋଲ, ଧାନମଣ୍ଡଳ, ଜଗତସିଂହପୁର ଓ କଟକରେ ତାଙ୍କର ଏବଂ ତାଙ୍କ ସମ୍ପର୍କୀୟଙ୍କ ଘର ସମେତ ସରକାରୀ କ୍ବାର୍ଟର୍ସରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିଲା। ଭୁବନେଶ୍ୱରରେ ଗୋଟିଏ ଫ୍ଲାଟ୍‌, ଯାଜପୁର ବଡଚଣାରେ ଫାର୍ମ ହାଉସ୍‌, ଯାଜପୁର ଓ ଭୁବନେଶ୍ୱରରେ ୩ଟି ପ୍ଲଟ, ନଗଦ ୩.୫ ଲକ୍ଷ ଟଙ୍କା, ୭ଟି ଦାମିକା ଗାଡ଼ି ଜବତ ହୋଇଥିଲା। ପ୍ରାୟ ୮ କୋଟି ୬୮ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। ତାଙ୍କ ଆୟ ଠାରୁ ୫୦୦ ପ୍ରତିଶତ ଅଧିକ ଆୟ ବହିର୍ଭୂତ ସମ୍ପତ୍ତି ଜବତ ହୋଇଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?