ତ୍ରିନାଥ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୧୯ା୪:ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ପୋଲିସ କମ୍ୟୁନିକେଶନ ବିଭାଗର ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସୋମବାର କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୬୦ଦିନ ଭିତରେ ପୋଲିସ ଚାର୍ଜଶିଟ ଦାଖଲ କରି ନ ପାରିବାରୁ ତାଙ୍କୁ ଜାମିନ ମିଳିଛି। ପ୍ରମାଣ ନଷ୍ଟ ନ କରିବା ସହ ଅନ୍ୟାନ୍ୟ ସର୍ତ୍ତ ରଖି ଭିଜିଲାନ୍ସ କୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତ୍ରିନାଥଙ୍କୁ ଫେବୃୟାରୀ ୧୬ରେ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେବେଠାରୁ ସେ ଜେଲରେ ଅଛନ୍ତି। ପରେ ରାଜ୍ୟ ସରକାର ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ। ଭୁବନେଶ୍ୱର, ନବରଙ୍ଗପୁର, ଯାଜପୁର, ଚଣ୍ଡିଖୋଲ, ଧାନମଣ୍ଡଳ, ଜଗତସିଂହପୁର ଓ କଟକରେ ତାଙ୍କର ଏବଂ ତାଙ୍କ ସମ୍ପର୍କୀୟଙ୍କ ଘର ସମେତ ସରକାରୀ କ୍ବାର୍ଟର୍ସରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିଲା। ଭୁବନେଶ୍ୱରରେ ଗୋଟିଏ ଫ୍ଲାଟ୍‌, ଯାଜପୁର ବଡଚଣାରେ ଫାର୍ମ ହାଉସ୍‌, ଯାଜପୁର ଓ ଭୁବନେଶ୍ୱରରେ ୩ଟି ପ୍ଲଟ, ନଗଦ ୩.୫ ଲକ୍ଷ ଟଙ୍କା, ୭ଟି ଦାମିକା ଗାଡ଼ି ଜବତ ହୋଇଥିଲା। ପ୍ରାୟ ୮ କୋଟି ୬୮ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। ତାଙ୍କ ଆୟ ଠାରୁ ୫୦୦ ପ୍ରତିଶତ ଅଧିକ ଆୟ ବହିର୍ଭୂତ ସମ୍ପତ୍ତି ଜବତ ହୋଇଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri