ତ୍ରିନାଥ ଶବରଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା, ନୂଆ ଦାୟିତ୍ୱ ପରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

କୋକସରା,୮।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜନଜାତି ମୋର୍ଚ୍ଚା, ଓଡ଼ିଶା ପ୍ରଦେଶ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲା ପାଇଁ ଏସଟି ମୋର୍ଚ୍ଚା ଜିଲା ସଭାପତିଙ୍କ ନାମ ତାଲିକା ଘୋଷଣା କରାଯାଇଛି। ଏହି କ୍ରମରେ କୋକସରା ବ୍ଲକର ତ୍ରିନାଥ ଶବରଙ୍କୁ କଳାହାଣ୍ଡି ଜିଲା ଭାଜପା ଅନୁସୂଚିତ ଜନଜାତି ମୋର୍ଚ୍ଚା ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ତ୍ରିନାଥ ଶବର ଜଣେ ସୁ-ସଂଗଠକ ହୋଇଥିବା ବେଳେ ଦୀର୍ଘ ବର୍ଷରୁ ଦଳରେ ରହି ଅନେକ ଦାୟିତ୍ୱ ସୁଚାରୁରୂପେ ନିର୍ବାହ କରିଆସୁଛନ୍ତି। ଦଳ ପକ୍ଷରୁ ତାଙ୍କୁ ଏହି ନୂତନ ଦାୟିତ୍ୱ ଦେବାପରେ ଦଳୀୟ କର୍ମୀମାନେ ବେଶ୍‌ ଖୁସି ଥିବାବେଳେ ଅଞ୍ଚଳବାସୀ ପକ୍ଷରୁ ମଧ୍ୟ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ନୂତନ ଦାୟିତ୍ୱ ପରେ ତ୍ରିନାଥ ଶବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ଅନୁସୂଚିତ ଜନଜାତି ରାଜ୍ୟ ସଭାପତି କାନ୍ଦ୍ରା ସେରେନ, କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଡ଼, କଳାହାଣ୍ଡି ଏମ୍‌ପି ମାଳବିକା ଦେବୀ, ଧର୍ମଗଡ଼ ବିଧାୟକ ସୁଧୀର ପାଟ୍ଟଯୋଷୀ ସମେତ ଜିଲାର ସମସ୍ତ ପଦାଧିକାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri