ପ୍ରସ୍ତାବିତ ଜିନ୍ଦଲ ପ୍ରକଳ୍ପ ଉପରେ ତ୍ରିପାକ୍ଷିକ ଆଲୋଚନା

ଜଗତ୍‌ସିଂହପୁର ଅଫିସ, ୧୧।୧୧: ଜେଏସ୍‌ଡବ୍ଲ୍ୟୁ ଗ୍ରୁପ୍‌ ପକ୍ଷରୁ ୫୩,୭୦୦ କୋଟି ଟଙ୍କା ବିନିମୟରେ ପାରାଦୀପରେ ସମନ୍ବିତ ଇସ୍ପାତ ପ୍ରକଳ୍ପ କରିବାକୁ ପ୍ରସ୍ତାବ ରହିଛି। ଏ ନେଇ ପ୍ରକ୍ରିୟା ଚାଲିଥିବା ବେଳେ ବୁଧବାର ଜଗତ୍‌ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ପ୍ରଶାସନ ପକ୍ଷରୁ କମ୍ପାନୀ ଓ ସ୍ଥାନୀୟ ଲୋକଙ୍କୁ ନେଇ ତ୍ରିପାକ୍ଷିକ ଆଲୋଚନା ହୋଇଛି। ଜିନ୍ଦଲ ଉତ୍କଳ ଷ୍ଟିଲ୍‌ ଲିମିଟେଡ୍‌ ପକ୍ଷରୁ ମୁଖ୍ୟ ପରିଚାଳନା ଅଧିକାରୀ ରଞ୍ଜନ ନାୟକ ପ୍ରକଳ୍ପ ବିଷୟରେ ବିସ୍ତୃତ ସୂଚନା ଦେଇଥିଲେ। ବିଶେଷକରି ସିଏସ୍‌ଆର୍‌ ପାଣ୍ଠି ବିନିଯୋଗ କରି କିପରି ଆଞ୍ଚଳିକ ଉନ୍ନୟନ କରିହେବ, ତାହା ଉପରେ ନିଆଯିବାକୁ ଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ଏଥିସହ କ୍ଷତିଗ୍ରସ୍ତ ହେବାକୁ ଥିବା ପାନବରଜ ମାଲିକ, ଶ୍ରମିକଙ୍କୁ କ୍ଷତିପୂରଣ ଦିଆଯିବ। ଜଙ୍ଗଲ ଜମି ହସ୍ତାନ୍ତର ହେଲେ ଏଥିରେ ଥିବା ବୃକ୍ଷ ବାବଦ ଜଙ୍ଗଲ ସୁରକ୍ଷା କମିଟିର କ୍ଷତିପୂରଣ ଦିଆଯିବା ବ୍ୟବସ୍ଥା ହେବ। ପ୍ରକଳ୍ପ ପ୍ରତିଷ୍ଠା ହେଲେ ଲୋକଙ୍କୁ ନିଯୁକ୍ତି ସୁବିଧା ମିଳିପାରିବ ବୋଲି କହିଥିଲେ। ଜିଲାପାଳ ପାରୁଲ ପଟାୱରୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଜଗତ୍‌ସିଂହପୁର ଏମ୍‌ପି ରାଜଶ୍ରୀ ମଲ୍ଲିକ ଏବଂ ଏସ୍‌ପି ଅଖିଳେଶ୍ୱର ସିଂହ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ବୈଠକରେ ଜିନ୍ଦଲ ଉତ୍କଳ ଷ୍ଟିଲ ଲିମିଟେଡ୍‌ର କର୍ମକର୍ତ୍ତା, ଜଗତ୍‌ସିଂହପୁର ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ସାହୁ, ପାରାଦୀପ ଅତିରିକ୍ତ ଜିଲାପାଳ କାହ୍ନୁଚରଣ ଧୀର, ବିଭାଗୀୟ ଅଧିକାରୀ, ଏରସମା ପଞ୍ଚାୟତ ସମିତି ଅଧ୍ୟକ୍ଷ, ଜିଲା ପରିଷଦ ସଭ୍ୟ, ପ୍ରଭାବିତ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଓ ଗ୍ରାମବାସୀଙ୍କ ପ୍ରତିନିଧି ଉପସ୍ଥିତ ଥିଲେ। ଶେଷରେ ଅତିରିକ୍ତ ଜିଲାପାଳ ଚିନ୍ମୟୀ ବିଶ୍ୱାଳ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?