ଜମି ଲୋଭରୁ ଟ୍ରିପଲ ମର୍ଡର: ରକ୍ତରେ ଭିଜିଲା ଲପଡା ଗାଁ

ସମ୍ବଲପୁର,୨୧ା୧୦(ବ୍ୟୁରୋ)-ଜମି ବିବାଦକୁ କେନ୍ଦ୍ର କରି ସମ୍ବଲପୁର ଜିଲା ମହୁଲପାଲି ଥାନା ଲପଡା ଗ୍ରାମରେ ବୁଧବାର ଟ୍ରିପଲ ମର୍ଡର ଘଟିଛି। ୩ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଫଳରେ ଗୋଟିଏ ପରିବାର ମୂଳପୋଛ ହୋଇଯାଇଛି। ମୃତକ ହେଲେ ପୀରବତୀ ବେହେରା (୫୫), ତାଙ୍କ ଝିଅ ସାବିତ୍ରୀ ସାହୁ (୩୦) ଓ ଜ୍ୱାଇଁ ଗିରିଧାରୀ ସାହୁ (୩୮) । ଧାନ ଜମିରେ ଗିରିଧାରୀଙ୍କୁ ହତ୍ୟା କରାଯାଇଥିବାବେଳେ ଗଁା ଦାଣ୍ଡରେ ପୀରବତୀ ଓ ନଳକୂଅ ନିକଟରେ ସାବିତ୍ରୀଙ୍କୁ ହତ୍ୟା କରାଯାଇଥିଲା। ବହୁ ସମୟ ଧରି ୩ ମୃତଦେହ ଗାଁରେ ପଡି ରହିଥିଲା। ଖବରପାଇ ମହୁଲପାଲି ଥାନା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ବେହେରା ଓ କୁଚିଣ୍ଡା ଏସ୍‌ଡିପିଓ ରାଜକିଶୋର ମିଶ୍ର ସଦଳବଳେ ପହଞ୍ଚତ୍ ଅଭିଯୁକ୍ତ ନବୀନ ଦେହୁରୀ ଓ ତାଙ୍କ ପୁଅ ହେମାନନ୍ଦଙ୍କୁ ଗିରଫ କରିଛନ୍ତି। ବ୍ୟବହୃତ ଟାଙ୍ଗିଆକୁ ପୋଲିସ ଜବତ କରିଛି। ସାଇଣ୍ଟିଫିକ୍‌ ଟିମ୍‌ ତଦନ୍ତ ଆରମ୍ଭ କରିଛି। ଥାନାରେ ଏକ ମାମଲା(ନଂ.୧୭୫/୨୦) ରୁଜୁ ହୋଇଛି। ସମ୍ବଲପୁର ଏସ୍‌ପି କନଓ୍ବାର ବିଶାଲ ସିଂ ଘଟଣାସ୍ଥଳ ପରିଦର୍ଶନ କରିବା ପରେ ଏହି ଲୋମହର୍ଷଣକାରୀ ହତ୍ୟାକାଣ୍ଡକୁ ରେଡ୍‌ଫ୍ଲାଗ୍‌ ଅର୍ନ୍ତଭୁକ୍ତ କରିଛନ୍ତି। ଖୁବ୍‌ଶୀଘ୍ର ଅଭିଯୁକ୍ତମାନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri