Posted inଜାତୀୟ

ତ୍ରିପୁରା ବିଧାନସଭା ନିର୍ବାଚନ: ପ୍ରଥମ ଥର ପାଇଁ ୬୦ ମତଗଣନା ପର୍ଯ୍ୟବେକ୍ଷକ ନିଯୁକ୍ତ…

ଅଗରତାଲା,୨୫।୨ : ତ୍ରିପୁରାରେ ମତଦାନ ଶେଷ ହୋଇଛି। ବର୍ତ୍ତମାନ ଲୋକମାନେ ଫଳାଫଳକୁ ଅପେକ୍ଷା କରିଛନ୍ତି। ଏଭଳି ପରିସ୍ଥିତିରେ ପ୍ରଥମ ଥର ପାଇଁ ନିର୍ବାଚନ ଆୟୋଗ ୬୦ ଜଣ ମତଗଣନାପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରିଛନ୍ତି ଯେଉଁଥିରେ ଭୋଟ ଗଣତିକୁ ନିରପେକ୍ଷ ଏବଂ ସ୍ବତନ୍ତ୍ର ଭାବରେ ଗଣନା କରାଯିବ। ଶନିବାର ଜଣେ ବରିଷ୍ଠ ନିର୍ବାଚନ ଅଧିକାରୀ ଏହି ବିଷୟରେ ସୂଚନା ଦେଇଛନ୍ତି। ପ୍ରତ୍ୟେକ ବିଧାନସଭା ନିର୍ବାଚନମଣ୍ଡଳୀରେ ମତଗଣନା ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

ତ୍ରିପୁରା ମୁଖ୍ୟ ନିର୍ବାଚନ ଅଧିକାରୀ ଏସ ବନ୍ଦୋପାଧ୍ୟାୟ କହିଛନ୍ତି ଯେ ନିର୍ବାଚନ ଆୟୋଗ ୬୦ ବିଧାନସଭା ପର୍ଯ୍ୟବେକ୍ଷକଙ୍କୁ ସମସ୍ତ ବିଧାନସଭା ନିର୍ବାଚନମଣ୍ଡଳୀରେ ସ୍ବାଧୀନ ତଥା ନିରପେକ୍ଷ ଭାବରେ ମତଗଣନା କରିବାର ତଦାରଖ ପାଇଁ ମତଗଣନା ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ଫେବୃଆରୀ ୨୮ ସୁଦ୍ଧା ସମସ୍ତ ମତଗଣନା ପର୍ଯ୍ୟବେକ୍ଷକ ତ୍ରିପୁରାରେ ପହଞ୍ଚିବେ। ଉଲ୍ଲେଖନୀୟ କଥା ହେଉଛି, ଫେବୃଆରୀ ୧୬ ରେ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ମାର୍ଚ୍ଚ ୨ରେ ଏଠାରେ ଭୋଟ ଗଣନା ହେବ।

ବନ୍ଦୋପାଧ୍ୟାୟ ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ ମୁଖ୍ୟ ଶାସନ ସଚିବ ଜେ.କେ ସିହ୍ନା, ଗୀତା କିରଣକୁମାର ଡିଙ୍କାରାଓ ଏବଂ ଡିଜିପି ଅମିତାଭ ରଂଜନ ସମସ୍ତ ଆଠଟି ଜିଲା ଗସ୍ତ କରିସାରିଛନ୍ତି। ଏଠାରେ ଶାନ୍ତିପୂର୍ଣ୍ଣ ଭାବେ ଭୋଟ ଗଣନାକୁ ନେଇ ସେ ଜିଲା ମାଜିଷ୍ଟ୍ରେଟ ଏବଂ ପୋଲିସ ଅଧୀକ୍ଷକଙ୍କ ସହ ଏକ ବୈଠକ କରିଛନ୍ତି। ସେ ସମସ୍ତ ଜିଲାଗୁଡିକର ସାମଗ୍ରିକ ସୁରକ୍ଷା ଦୃଷ୍ଟିକୋଣର ସମୀକ୍ଷା କରିଛନ୍ତି ଏବଂ ସୁରକ୍ଷା ବ୍ୟବସ୍ଥା ଉପରେ ମଧ୍ୟ ନଜର ରଖିଛନ୍ତି। କଡା ସୁରକ୍ଷା ମଧ୍ୟରେ ୨୧ ଟି କାଉଣ୍ଟରରେ ଭୋଟ ଗଣନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri