Posted inଜାତୀୟ

ତ୍ରିପୁରା ବିଧାନସଭା ନିର୍ବାଚନ: ଘୋଷଣାପତ୍ର ଜାରି କଲା ଟିଏମସି

ଅଗରତାଲା,୫।୨: ତୃଣମୂଳ କଂଗ୍ରେସ (ଟିଏମସି) ରବିବାର ତ୍ରିପୁରା ବିଧାନସଭା ନିର୍ବାଚନ ପାଇଁ ଘୋଷଣାପତ୍ର ଜାରି କରିଛି। ଦୁଇ ଲକ୍ଷ ଚାକିରି ଏବଂ ବେରୋଜଗାର ଯୁବକମାନଙ୍କ ପାଇଁ ମାସିକ ୧୦୦୦ ଟଙ୍କା ଭତ୍ତା ପ୍ରତିଶୃତି ଦେଇଛି ଟିଏମସି। ଏହା ସହିତ ପଶ୍ଚିମବଙ୍ଗ ରାଜ୍ୟ ଭଳି ତ୍ରିପୁରାରେ ସାମାଜିକ କଲ୍ୟାଣ ଯୋଜନା ଆରମ୍ଭ କରିବାକୁ ମଧ୍ୟ ଘୋଷଣାପତ୍ରରେ କୁହାଯାଇଛି।
ଅଗରତାଲାଠାରେ ଘୋଷଣାପତ୍ର ପ୍ରକାଶ କରି ପଶ୍ଚିମବଙ୍ଗର ଶିକ୍ଷା ମନ୍ତ୍ରୀ ବ୍ରତ୍ୟ ବସୁ କହିଛନ୍ତି, ଯଦି ଟିଏମସି ରାଜ୍ୟରେ କ୍ଷମତାକୁ ଆସେ ତେବେ ପ୍ରଥମ ବର୍ଷରେ ୫୦,୦୦୦ ନୂତନ ନିଯୁକ୍ତି ଦେବ। ସରକାରୀ ବିଭାଗରେ ଥିବା ସମସ୍ତ ଖାଲି ପଦବୀକୁ ପ୍ରାଥମିକତା ଭିତ୍ତିରେ ପୂରଣ କରାଯିବ। ବେରୋଜଗାର ଯୁବକମାନଙ୍କୁ ଟିଏମସି ମାସକୁ ୧୦୦୦ ଟଙ୍କା ଭତ୍ତା ଦେବ।
ଟିଏମସି ମୁଖ୍ୟ ତଥା ବେଙ୍ଗଲ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତ୍ରିପୁରା ଗସ୍ତର ଗୋଟିଏ ଦିନ ପୂର୍ବରୁ ଦଳ ଏହି ଘୋଷଣାପତ୍ର ପ୍ରକାଶ କରିଛି। ଟିଏମସି ତ୍ରିପୁରାର ୨୮ଟି ବିଧାନସଭା ଆସନରେ ପ୍ରାର୍ଥୀ ଦେଇଛି। ଫେବୃଆରୀ ୧୬ରେ ତ୍ରିପୁରାର ୬୦ଟି ଆସନରେ ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri