Posted inଜାତୀୟ

ବିହାରର ରୁବି ରାୟଙ୍କ ଭଳି ଭୁଲ କଲେ ତ୍ରିପୁରା ମୁଖ୍ୟମନ୍ତ୍ରୀ

ଅଗରତାଲା,୧୮ ।୨: କିଛି ବର୍ଷ ପୂବରୁ ବିହାର ବୋର୍ଡ ପରୀକ୍ଷା ଫଳାଫଳ ପ୍ରକାଶ ପାଇବା ପରେ ଦ୍ୱାଦଶରେ ଟପର ହୋଇଥିବା ରୁବି ରାୟଙ୍କ ଜ୍ଞାନ ସମସ୍ତଙ୍କୁ ଚମକାଇ ଦେଇଥିଲା । ସେ କହିଥିଲେ ପଲିଟିକାଲ ସାଇନ୍ସରେ ଖାଦ୍ୟ ପ୍ରସ୍ତୁତି ପଢାଯାଇଥାଏ । ଏବେ ସେହିଭଳି ଭାବେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ କୁମାର ଦେବଙ୍କ ଜ୍ଞାନ ଚର୍ଚ୍ଚାର ପରିସରକୁ ଆସିଛି । ସେ କହିଛନ୍ତି ଆମେ ଯଦି ଇଂଲଣ୍ଡ ବା ଲଣ୍ଡନ କଥା ଚିନ୍ତା କରୁଛେ ତେବେ ଆମ ମୁଣ୍ଡକୁ କେମ୍ବ୍ରିଜ ଓ ହାଭାର୍ଡ ୟୁନିଭର୍ସିଟି ଆସୁଛି । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ତ୍ରିପୁରା ସେଣ୍ଟ୍ରାଲ ୟୁନିଭର୍ସିଟିର କୌଣସି ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପହଞ୍ଚିଥିଲେ ସେଠାରେ ସେ ଏକ ସଭାରେ ସମ୍ବୋଧନ ଦେବା ସମୟରେ ଏହା କହିଥିଲେ । ଅଧିକାଂଶ ସମୟରେ ନିଜର ବିବାଦୀୟ ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା ବିପ୍ଳବ ଦେବ ଏଥର କେମ୍ବ୍ରିଜ ଓ ହାଭାର୍ଡ ୟୁନିଭର୍ସିଟି ଇଂଲଣ୍ଡ ଓ ଲଣ୍ଡରେ ଥିବା ଦର୍ଶାଇ ଫସି ଯାଇଛନ୍ତି । ସେ କହିଛନ୍ତି କୌଣସି ଏକ ସ୍ଥାନର ପରିଚୟ ହୋଇଥାଏ ସେଠାକାର ୟୁନିଭର୍ସିଟି । ହେଲେ ସେ ଯେଉଁ ସ୍ଥାନ ଓ ୟୁନିଭର୍ସିଟି କଥା କହିଛନ୍ତି ତାହା ଯେ ଭୁଲ୍ ଏହା ସେ ଭୁଲି ଯାଇଛନ୍ତି । ସୂଚନାଯୋଗ୍ୟ, ହାଭାର୍ଡ ଆମେରିକାରେ ଥିବା ସବୁଠାରୁ ପୁରୁଣା ଶିକ୍ଷାନୁଷ୍ଠାନ ଯାହା ୧୯୩୬ରେ ସ୍ଥାପନ କରାଯାଇଥିଲା ଓ ଏହା ବିଶ୍ୱ ପ୍ରସିଦ୍ଧ ଶିକ୍ଷାନୁଷ୍ଠାନ ।


Enter your email to get our daily news in your inbox.

All Right Reserved By Dharitri.Com

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri