Posted inଜାତୀୟ

ବିବାଦରେ ବିପ୍ଳବ ଦେବ

ଅଗରତାଲା,୨୭ ।୯: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ପୁଣିଥରେ ବିବାଦରେ ଛନ୍ଦି ହୋଇ ପଡିଛନ୍ତି । ଏଥର ସେ ନ୍ୟାୟପାଳିକାକୁ ଚ୍ୟାଲେଞ୍ଜ କରିଛନ୍ତି । ଏହାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଘଟଣା ଶନିବାରର ବୋଲି କୁହାଯାଉଛି । ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ଶନିବାର ସିଭିଲ ସିର୍ଭିସ ଅଫିସର୍ସ ଆସୋସିଏଶନର ସମ୍ମିଳନୀରେ ଯୋଗ ଦେଇଥିଲେ । ଏହି ସମୟରେ ସେ ଅଧିକାରୀମାନଙ୍କୁ କହିଥିଲେ, ନ୍ୟାୟପାଳିକାକୁ ଭୟ କରନାହିଁ ଏବଂ କୋର୍ଟର ଅବମାନନାକୁ କାର୍ଯ୍ୟ ପଥରେ ନ ଆସିବାକୁ ବି ସେ କହିଛନ୍ତି । ସେ ଏତିକିରେ ନ ଅଟକି କହିଥିଲେ, ଦେଶର ଇତିହାସରେ କୋର୍ଟଙ୍କ ଅବମାନନା କରି କେତେ ଲୋକ ଜେଲ ଯାଇଛନ୍ତି । କୋର୍ଟ ଯଦି ପୋଲିସକୁ ଅଭିଯୂକ୍ତଙ୍କୁ ଗିରଫ କରିବାକୁ କୁହେ ତେବେ ପୋଲିସ ଫେରିଯାଇ କହିଥାଏ କି ଅପରାଧି ମିଳିଲା ନାହିଁ । ତେଣୁ ବିପ୍ଳବ କହିଛନ୍ତି ପୋଲିସ ଆମ କଣ୍ଟ୍ରୋଲରେ ରହିଛି ତେଣୁ ଡରିବାର କିଛି ନାହିଁ । ସେ ଆହୁରି ମଧ୍ୟ କହିଥିଲେ କୋର୍ଟର ଅବମାନନାକୁ ବାଘ ଭଳି ମାନୁଥିଲେ । ହେଲେ ମୁଁ ଟାଇଗର । ମୋ ହାତରେ ପାୱାର ଅଛି । କାହାକୁ ଯଦି ଜେଲ ଯିବାର ଅଛି ତେବେ ପ୍ରଥମେ ମୁଁ ଯିବି ।


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri