Posted inଜାତୀୟ

ତ୍ରିପୁରାରେ ଭାଜପା ୫୫, ସହଯୋଗୀ ଆଇପିଏଫଟି ୫ ଆସନରେ ଲଢିବେ ନିର୍ବାଚନ, ପ୍ରାର୍ଥିପତ୍ର ଦାଖଲ ପାଇଁ ରହିଛି ମାତ୍ର ଦୁଇଦିନ

ଅଗରତାଲା,୨୯ ।୧: ଭାରତୀୟ ଜନତା ପାର୍ଟି(ଭାଜପା) ତ୍ରିପୁରାରେ ଅଗାମୀ ୧୬ ଫେବୃୟାରୀରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ପୁରୁଣା ସହଯୋଗୀ ଇଣ୍ଡିଜେନସ ଫିପୁଲ୍ସ ଫ୍ରଣ୍ଟ ଅଫ ତ୍ରିପୁରା(ଆଇପିଏଫଟି)ସହ ଆସନ ବୁଝାମଣାକୁ ଶେଷ ରୂପ ଦେଇ ସାରିଛି । ଭାଜପା ତା’ର ସହଯୋଗୀକୁ ୫ଟି ଆସନ ଦେଇଛି, ଯାହା ୨୦୧୮ରେ ମିଳିଥିବା ଆସନଠାରୁ ୪ଟି କମ । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ମାଣିକ ଶାହା ପ୍ରେସ କନଫରେନ୍ସରେ ବିସ୍ତାର ଭାବରେ ଏହାର ସୂଚନା ଦେଇଛନ୍ତି । ସେ ଅଗରତାଲା ଖବରଦାତା ସମ୍ମିଳନୀରେ କହିଛନ୍ତି, ଭାଜପା ୫୫ ଆସନରେ ନିର୍ବାଚନ ଲଢିବ ।
ଗଣମାଧ୍ୟମ ସହ କଥା ହୋଇ ଆଇଟିଏଫଟିର ବରିଷ୍ଠ ନେତା ଶୁକ୍ଳା ଚରଣ ନୋଆତିୟା କହିଛନ୍ତି, ଦଳ ଭାଜପା ସହ ମିଶି ୫ଟି ଆସନ ପାଇଁ ନିର୍ବାଚନ ଲଢିବ । ସେ କହିଛନ୍ତି ଦଳର ଅଧ୍ୟକ୍ଷ ପ୍ରେମ କୁମାର ରିୟାଂଗ ଆସନ ବୁଝାମଣାକୁ ମଞ୍ଜୁରୀ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମାଣିକ ଶାହା ବାରଡୋବଲି(ସହର)ରୁ ନିର୍ବାଚନ ଲଢିବେ, ଯେଉଁ ଆସନରେ ଗତବର୍ଷ ହୋଇଥିବା ଉପ ନିର୍ବାଚନରେ ସେ ବିଜୟୀ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri