Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମାଣିକ ଶାହା

ଅଗରତାଲା,୩।୩: ଭାଜପା ନେତା ମାଣିକ ଶାହା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ମାଣିକ ଶାହା ନିଜର ଇସ୍ତଫା ରାଜ୍ୟପାଳ ସତ୍ୟଦେବ ନାରାୟଣ ଆର୍ଯ୍ୟଙ୍କୁ ହସ୍ତାନ୍ତର କରିଛନ୍ତି। ରାଜଭବନରୁ ବାହାରକୁ ଆସିବା ବେଳେ ମାଣିକ ଶାହା ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟପାଳଙ୍କ ନିକଟକୁ ଆସି ସେ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ନୂତନ ସରକାର ଗଠନ ନ ହେବା ପର୍ଯ୍ୟନ୍ତ ସେ କାର୍ଯ୍ୟ ଜାରି ରଖିବାକୁ ରାଜ୍ୟପାଳ କହିଛନ୍ତି। ଏତଦ୍‌ ବ୍ୟତୀତ ସେ କହିଛନ୍ତି, ମାର୍ଚ୍ଚ ୮ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇପାରେ। ସୂଚନାଯୋଗ୍ୟ, ଗୁରୁବାର ତ୍ରିପୁରା ବିଧାନସଭା ନିର୍ବାଚନର ଫଳାଫଳ ଆସିଛି। ରାଜ୍ୟରେ ଭାଜପା କ୍ରମାଗତ ଦ୍ୱିତୀୟ ଥର ପାଇଁ ୩୨ଟି ଆସନ ଜିତି ବାମପନ୍ଥୀ କଂଗ୍ରେସକୁ ଚକିତ କରିଛି। ଭାଜପାର ସହଯୋଗୀ ଆଇପିଏଫ୍‌ଟି ୫ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରି ଗୋଟିଏ ଆସନ ଜିତିଛି। ଏଭଳି ପରିସ୍ଥିତିରେ ଏବେ ରାଜ୍ୟରେ ଭାଜପା ମିଳିତ ମେଣ୍ଟ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ତେବେ ଗତଥର ଅର୍ଥାତ୍‌ ୨୦୧୮ ନିର୍ବାଚନରେ ତୁଳନାରେ ଭାଜପା ୪ଟି ଆସନ କମ୍‌ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri