Posted inଜାତୀୟ

୧୦ ହଜାର ଶିକ୍ଷକଙ୍କୁ ପିଅନ, ମାଳି କରାଇବାକୁ ଚାହୁଁଛନ୍ତି ଏହି ରାଜ୍ୟ ସରକାର

ଅଗରତାଲା,୨୯।୭: ତ୍ରିପୁରା ସରକାର ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଛନ୍ତି। ଏହି ପିଟିଶନରେ ୧୦ ହଜାରର ପୋଷ୍ଟ ଗ୍ରାଜୁଏଟ, ଗ୍ରାଜୁଏଟ ଏବଂ ଅଣ୍ଡର ଗ୍ରାଜୁଏଟ୍‌ ଶିକ୍ଷକଙ୍କୁ ପୁନଃନିଯୁକ୍ତି ମାଗିଛନ୍ତି। ଏହି ୧୦, ୦୦୦ ଶିକ୍ଷକଙ୍କୁ ନିଯୁକ୍ତିକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ରୋଚକ କଥା ହେଉଛି ଏହି ପୁନଃନିଯୁକ୍ତି ଶିକ୍ଷକ ପଦ ପାଇଁ ନୁହେଁ ବରଂ ପିଅନ, ମାଳି, ରୋଷେୟା ଏବଂ ଜୁନିୟର କିରାଣୀ ପଦ ପାଇଁ ରହିଛି। ୨୦୧୦ ଏବଂ ୨୦୧୪ରେ ତ୍ରିପୁରା ସରକାର ୧,୦୩୫ ପିଜିଟି, ୪,୬୬୬ ଟିଜିଟି ଏବଂ ୪,୬୧୬ ୟୁଜିଟି ଶିକ୍ଷକ ନିଯୁକ୍ତ କରିଥିଲେ। ୨୦୦୩ର ସଂଶୋଧିତ ନିଯୁକ୍ତି ନୀତି ଅନୁଯାୟୀ ଏହି ନିଯୁକ୍ତି ମୌଖିକ ସାକ୍ଷାତକାର ମାଧ୍ୟମରେ କରାଯାଇଥିଲା। ୨୦୧୪ ମେ ୭ ରେ, ସଂଶୋଧିତ ନିଯୁକ୍ତି ନୀତି ଅନୁଯାୟୀ ହାଇକୋର୍ଟ ସମସ୍ତ ଶିକ୍ଷକ ନିଯୁକ୍ତିକୁ ବନ୍ଦ କରିଦେଇଥିଲେ। ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ୨୯ ମାର୍ଚ୍ଚ ୨୦୧୭ରେ ସୁପ୍ରିମକୋର୍ଟ ତ୍ରିପୁରା ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସମର୍ଥନ କରିଥିଲେ। ଡିସେମ୍ବର ୩୧, ୨୦୧୭ରେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ ଯେ ଏକ ନୂତନ ନୀତି ପ୍ରସ୍ତୁତ କରି ନୂତନ ନିଯୁକ୍ତି ଦିଆଯାଉ।
ତ୍ରିପୁରା ସରକାର ୨୦୧୭ରେ ଏକ ନୂତନ ନୀତି ପ୍ରଣୟନ କରିଥିଲେ। ନୂତନ ନିଯୁକ୍ତି ପାଇଁ ବିଜ୍ଞାପନ ଏବଂ ପରୀକ୍ଷା ପ୍ରକ୍ରିୟା ଜାରି ରହିଲା। ୧ନଭେମ୍ବର ୨୦୧୮ରେ, ସୁପ୍ରିମକୋର୍ଟ ବରଖାସ୍ତ ହୋଇଥିବା ଶିକ୍ଷକମାନଙ୍କୁ ଆଡହକ ବେସରେ ୩୧ ମାର୍ଚ୍ଚ ୨୦୨୦ ପର୍ଯ୍ୟନ୍ତ ରଖିବାକୁ ଅନୁମତି ଦେଇଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତ୍ରିପୁରା ସରକାର ବରଖାସ୍ତ ହୋଇଥିବା ଶିକ୍ଷକମାନଙ୍କୁ ଅନ୍ୟ ପଦବୀରେ ନିଯୁକ୍ତ କରିବାକୁ ପ୍ରସ୍ତାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri