Posted inଜାତୀୟ

ତ୍ରିପୁରା, ନାଗାଲାଣ୍ଡ, ମେଘାଳୟ ବିଧାନସଭା ନିର୍ବାଚନର ଫଳାଫଳ ଆଜି, ଗଣନା ପାଇଁ ପ୍ରସ୍ତୁତି ଶେଷ

ନୂଆଦିଲ୍ଲୀ,୨ ।୩: ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ଘୋଷଣା ହେବାକୁ ଯାଉଛି । ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହେବ । ତିନୋଟି ଯାକ ରାଜ୍ୟରେ ଭୋଟ ଗଣତି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହା ବ୍ୟତୀତ ମହାରାଷ୍ଟ୍ରର କସବା ପେଠ ତଥା ଚିଂଚୱାଡା ବିଧାନସଭା ଆସନ, ତାମିଲନାଡୁର ଇରୋଡ-ପୂର୍ବ ଆସନ, ପଶ୍ଚିମବଙ୍ଗର ସାଗରଦିଘି ଓ ଝାଡଖଣ୍ଡର ରାମଗଡ଼ ଆସନରେ ହୋଇଥିବା ଉପନିର୍ବାଚନର ଫଳାଫଳ ମଧ୍ୟ ଗୁରୁବାର ଆସିବ । ତ୍ରିପୁରାରେ ଗୋଟିଏ ପର୍ଯ୍ୟାୟରେ ୧୬ ଫେବୃୟାରୀରେ ଭୋଟ ଗ୍ରହଣ କରାଯାଇଥିବା ବେଳେ ମେଘାଳୟରେ ୨୭ ଫେବୃୟାରୀରେ ମତଦାନ କରାଯାଇଥିଲା ।
ତ୍ରିପୁରାର ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ବୁଧବାର କହିଥିଲେ କି ଭୋଟଗଣନା ସମ୍ପର୍କିତ ସମସ୍ତ ପ୍ରସ୍ତୁତି ଶେଷ ହୋଇଯାଇଛି । ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହେବ । ୫ରୁ ୮ ରାଉଣ୍ଡ ମଧ୍ୟରେ ଭୋଟଗଣତି ଶେଷ ହୋଇପାରେ । ସେ କହିଛନ୍ତି ଦ୍ୱିପ୍ରହର ସୁଦ୍ଧା ଫଳାଫଳ ସ୍ପଷ୍ଟ ହୋଇଯାଇପାରେ । ତ୍ରିପୁରା ବିଧାନସଭାର ମୋଟ ୬୦ଟି ଆସନରେ ୮୯.୯୦ ପ୍ରତିଶତ ମତଦାନ ହୋଇଛି । ବିଭିନ୍ନ ଦଳର ମୋଟ ୨୫୯ ପ୍ରାର୍ଥୀ ନିର୍ବାଚନ ମଇଦାନରେ ଅଛନ୍ତି । ଏଠାର ଶାସକ ଭାଜପା-ଆଇପିଏଫଟି ଓ ଲେଫ୍‌ଟ-କଂଗ୍ରେସ ମେଣ୍ଟ ମଧ୍ୟରେ ମୁଖ୍ୟ ମୁକାବିଲା ହେବ ବୋଲି ଅନୁମାନ କରାଯାଉଛି ।
ମେଘାଳୟର ୫୯ ବିଧାନସଭା ଆସନ ପାଇଁ ୨୭ ଫେବୃୟାରୀରେ ହୋଇଥିବା ଭୋଟ ଗ୍ରହଣର ଫଳାଫଳ ଗୁରୁବାର ଆସିବ । ଏକଜିଟ ପୋଲ ଉପରେ ଭରସା କଲେ ଲାଗୁଛି ଏଥର ରାଜ୍ୟରେ ତ୍ରିଶଂକୁ ବିଧାନସଭା ହୋଇପାରେ । ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମାଙ୍କ ନ୍ୟାଶନାଲ ପିପୁଲ୍ସ ପାର୍ଟି(ଏନପିପି)କୁ ସବୁଠାରୁ ଅଧିକ ଆସନ ମିଳିପାରେ ବୋଲି ଅନୁମାନ କରାଯାଉଛି । ମିଡିଆ ରିପୋର୍ଟ ଅନୁଯାୟୀ, ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ମତଗଣନା ପୂର୍ବରୁ ଗୁଆହାଟିରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱା ଶର୍ମାଙ୍କୁ ଭେଟିଛନ୍ତି ।
ନାଗାଲାଣ୍ଡରେ ହୋଇଥିବା ବିଧାନସଭା ଆସନରେ ଏଥର ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)ଓ ନ୍ୟାଶନାଲିଷ୍ଟ ଡେମୋକ୍ରାଟିକ ପ୍ରୋଗ୍ରେସିଭ ପାର୍ଟି(ଏନଡିପିପି)ର ମେଣ୍ଟକୁ ବହୁମତ ମିଳିପାରେ । ୬୦ ସଦସ୍ୟ ବିଶିଷ୍ଟ ବିଧାନସଭାରେ ଏନଡିପିପି ୪୦ଟି ଆସନରେ ନିର୍ବାଚନ ଲଢିଛି ଓ ଭାଜପା ୨୦ ଆସନରେ ପ୍ରାର୍ଥୀ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?