Posted inଜାତୀୟ

ତ୍ରିପୁରା ବିଧାନସଭା ନିର୍ବାଚନରେ ରେକର୍ଡ ୮୬.୧୦% ମତଦାନ

ଅଗରତାଲା,୧୭।୬: ତ୍ରିପୁରା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ଗୁରୁବାର ସନ୍ଧ୍ୟାରେ ଶେଷ ହୋଇଛି। ଏହି ନିର୍ବାଚନରେ ରେକର୍ଡ ୮୬.୧୦% ମତଦାନ ହୋଇଥିବା ନିର୍ବାଚନ କମିଶନ୍‌ଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
୬୦ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନ ଲାଗି ମୋଟ ୨୫୯ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଥିଲେ। ୨୮.୧୩ ଲକ୍ଷ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଛନ୍ତି। ମତଦାନକୁ ଶାନ୍ତିପୂର୍ଣ୍ଣ କରାଇବା ଲାଗି ରାଜ୍ୟ ପୋଲିସ ସମେତ ୪୦୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହୋଇଥିଲେ। ଅପରାହ୍ନ ୪ଟା ସୁଦ୍ଧା ମତଦାନ ହାର ୮୧.୧୧ ପ୍ରତିଶତ ଥିବାବେଳେ ଭୋଟ କେନ୍ଦ୍ର ବାହାରେ ଆଉ ପ୍ରାୟ ୫୦ ହଜାର ମତଦାତା ଧାଡ଼ିରେ ଅପେକ୍ଷା କରିଥିଲେ। ଯେଉଁମାନେ ଧାଡ଼ିରେ ଥାଇ ୪ଟା ସୁଦ୍ଧା ଟୋକନ ନେଇଥିଲେ, ସେମାନଙ୍କୁ ସନ୍ଧ୍ୟା ୬ଟା ପରେ ମଧ୍ୟ ଭୋଟ ଦେବା ଲାଗି ସୁଯୋଗ ଦିଆଯାଇଥିଲା।
୨୦୧୮ ବିଧାନସଭା ନିର୍ବାଚନ ବେଳେ ରାତି ୯.୩୦ ପର୍ଯ୍ୟନ୍ତ ମତଦାନ ହୋଇଥିଲା ଏବଂ ଭୋଟ୍‌ ହାର ୭୯ ପ୍ରତିଶତ ରହିଥିଲା। ଏଥର ବ୍ରୁ ଶରଣାର୍ଥୀମାନେ ପ୍ରଥମ ଥର ଭୋଟଦେବା ସୁଯୋଗ ପାଇଛନ୍ତି। ସକାଳ ୭ଟାରୁ ସମସ୍ତ ୩୩୩୭ଟି ବୁଥ୍‌ରେ ଭୋଟଗ୍ରହଣ ଆରମ୍ଭ ହୋଇଥିଲା। ଦୁଇଟି ସ୍ଥାନରେ ଗଣ୍ଡଗୋଳ ଘଟି ୩ ଜଣ ସିପିଆଇଏମ୍‌ କର୍ମୀ ଆହତ ହୋଇଛନ୍ତି। କାଁଭାଁ ଗଣ୍ଡଗୋଳକୁ ବାଦ୍‌ ଦେଲେ ମତଦାନ ମୋଟାମୋଟି ଶାନ୍ତିପୂର୍ଣ୍ଣ ଥିଲା।
ଭାଜପା ସର୍ବାଧିକ ୫୫ ଆସନରେ ଲଢ଼ୁଥିବାବେଳେ ଏହାର ସହଯୋଗୀ ଇଣ୍ଡିଜେନିଅସ୍‌ ପିପୁଲ୍ସ ଫ୍ରଣ୍ଟ ଅଫ୍‌ ତ୍ରିପୁରା (ଆଇପିଏଫ୍‌ଟି) ୬ଟି ଆସନରେ ଲଢ଼ୁଛି। ବାମସାମ୍ମୁଖ୍ୟ ୪୭ ଆସନରେ ପ୍ରାର୍ଥୀ ଦେଇଥିବାବେଳେ ଏହାର ସହଯୋଗୀ କଂଗ୍ରେସ ୧୩ଟି ଆସନରେ ଲଢ଼ୁଛି। ଆଞ୍ଚଳିକ ଦଳ ଟିପ୍ରା ମୋଥା ୪୨ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ ୫୮ ଜଣ ସ୍ବାଧୀନ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?