ଭଞ୍ଜନଗରରେ ତ୍ରିରଙ୍ଗା ଶୋଭାଯାତ୍ରା,ସାମିଲ ହେଲେ ସବୁ ବର୍ଗର ଲୋକେ

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଗୁରୁବାର
ଭାରତୀୟ ଯବାନଙ୍କ ପରାକ୍ରମକୁ ଦର୍ଶାଇ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାଉଁଶଲୁଣ୍ଡି ବାଇପାସ ଛକରୁ ବାଇକ ଶୋଭାଯାତ୍ରା ବାହାରି ଭଞ୍ଜନଗର ସହର ପରିକ୍ରମା କରିବା ପରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୋଭାଯାତ୍ରା ସରିଥିଲା। ଉପ ଜିଲାପାଳ ଉମା ଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ହଲାଇ ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ। ଏହି ସମୟରେ ତହସିଲଦାର ଅବିନାଶ ମହାର, ଆଞ୍ଚଳିକ ପରିବହନ ଅଧିକାରୀ ଶୁଭେନ୍ଦୁ ରଞ୍ଜନ ରାୟ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜନ କୁମାର ଦେ, ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷ, ସହାୟକ ଜିଲାପାଳ ରାମ ଚନ୍ଦ୍ର ମହାପାତ୍ର, କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ, ଉପଖଣ୍ଡ ଯୋଗାଣ ବିଭାଗ ଅଧିକାରୀ ଅସିତ କୁମାର ମହାନ୍ତି, ନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଠ ପଣ୍ଡା, ବ୍ଲକ ଅଧ୍ୟକ୍ଷ ନରି ସଭା ନାୟକ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ଗୌରୀ ଶଙ୍କର ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ବ୍ଲକ ପ୍ରଶାସନ ଏବଂ ଏନ୍‌ଏସି ପକ୍ଷରୁ ମିଳିତ ଭାବେ ଏହି ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।

ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ପହଲଗାମଠାରେ ଆତଙ୍କବାଦୀମାନେ ୨୬ ଜଣ ପର୍ଯ୍ୟଟକଙ୍କୁ ହତ୍ୟା କରିଥିଲେ। ଏଥିସହ ପର୍ଯ୍ୟଟକଙ୍କୁ ସାହାର୍ଯ୍ୟ କରୁଥିବା ଜଣକୁ ହତ୍ୟା କରିଥିଲେ। ଯାହାକୁ ନେଇ ଭାରତ ଓ ପାକିସ୍ଥାନ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ଏହାର ଜବାବ ଦେଇ ଭରତୀୟ ସେନା ପକ୍ଷରୁ ଅପରେସନ ସିନ୍ଦୂର କରିଥିଲା। ଏହି କାର୍ଯ୍ୟାନୁଷ୍ଠାନରେ ପାକିସ୍ତାନ ସେନାର ବ୍ୟାପକ କ୍ଷତି ହୋଇଥିଲା। ଏଥିସହ ବହୁ ଆତଙ୍କବାଦୀ ନିହତ ହୋଇଥିଲେ। ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ଉପୁଜି ଥିବାରୁ ହଠାତ ଦୁଇଦେଶ ମଧ୍ୟରେ ଅସ୍ତ୍ରବିରତି ଘୋଷଣା ହୋଇଥିଲା। ଏହାକୁ ନେଇ ଭିନ୍ନ ଭିନ୍ନ ପ୍ରତିକ୍ରିୟା ପ୍ରକାଶ ପାଉଥିବା ବେଳେ ସରକାରଙ୍କ ପକ୍ଷରୁ ସେନାର କାର୍ଯ୍ୟକୁ ସମର୍ଥନ ଜଣାଇ ଦେଶରେ ତ୍ରିରଙ୍ଗା ଶୋଭାଯାତ୍ରା ଅନଷ୍ଠିତ ହେଉଛି। ଏହି କ୍ରମରେ ଗୁରୁବାର ଭଞ୍ଜନଗରରେ ସବୁ ବର୍ଗର ଲୋକେ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri