ଭଞ୍ଜନଗରରେ ତ୍ରିରଙ୍ଗା ଶୋଭାଯାତ୍ରା,ସାମିଲ ହେଲେ ସବୁ ବର୍ଗର ଲୋକେ

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଗୁରୁବାର
ଭାରତୀୟ ଯବାନଙ୍କ ପରାକ୍ରମକୁ ଦର୍ଶାଇ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାଉଁଶଲୁଣ୍ଡି ବାଇପାସ ଛକରୁ ବାଇକ ଶୋଭାଯାତ୍ରା ବାହାରି ଭଞ୍ଜନଗର ସହର ପରିକ୍ରମା କରିବା ପରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୋଭାଯାତ୍ରା ସରିଥିଲା। ଉପ ଜିଲାପାଳ ଉମା ଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ହଲାଇ ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ। ଏହି ସମୟରେ ତହସିଲଦାର ଅବିନାଶ ମହାର, ଆଞ୍ଚଳିକ ପରିବହନ ଅଧିକାରୀ ଶୁଭେନ୍ଦୁ ରଞ୍ଜନ ରାୟ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜନ କୁମାର ଦେ, ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷ, ସହାୟକ ଜିଲାପାଳ ରାମ ଚନ୍ଦ୍ର ମହାପାତ୍ର, କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ, ଉପଖଣ୍ଡ ଯୋଗାଣ ବିଭାଗ ଅଧିକାରୀ ଅସିତ କୁମାର ମହାନ୍ତି, ନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଠ ପଣ୍ଡା, ବ୍ଲକ ଅଧ୍ୟକ୍ଷ ନରି ସଭା ନାୟକ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ଗୌରୀ ଶଙ୍କର ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ବ୍ଲକ ପ୍ରଶାସନ ଏବଂ ଏନ୍‌ଏସି ପକ୍ଷରୁ ମିଳିତ ଭାବେ ଏହି ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।

ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ପହଲଗାମଠାରେ ଆତଙ୍କବାଦୀମାନେ ୨୬ ଜଣ ପର୍ଯ୍ୟଟକଙ୍କୁ ହତ୍ୟା କରିଥିଲେ। ଏଥିସହ ପର୍ଯ୍ୟଟକଙ୍କୁ ସାହାର୍ଯ୍ୟ କରୁଥିବା ଜଣକୁ ହତ୍ୟା କରିଥିଲେ। ଯାହାକୁ ନେଇ ଭାରତ ଓ ପାକିସ୍ଥାନ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ଏହାର ଜବାବ ଦେଇ ଭରତୀୟ ସେନା ପକ୍ଷରୁ ଅପରେସନ ସିନ୍ଦୂର କରିଥିଲା। ଏହି କାର୍ଯ୍ୟାନୁଷ୍ଠାନରେ ପାକିସ୍ତାନ ସେନାର ବ୍ୟାପକ କ୍ଷତି ହୋଇଥିଲା। ଏଥିସହ ବହୁ ଆତଙ୍କବାଦୀ ନିହତ ହୋଇଥିଲେ। ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ଉପୁଜି ଥିବାରୁ ହଠାତ ଦୁଇଦେଶ ମଧ୍ୟରେ ଅସ୍ତ୍ରବିରତି ଘୋଷଣା ହୋଇଥିଲା। ଏହାକୁ ନେଇ ଭିନ୍ନ ଭିନ୍ନ ପ୍ରତିକ୍ରିୟା ପ୍ରକାଶ ପାଉଥିବା ବେଳେ ସରକାରଙ୍କ ପକ୍ଷରୁ ସେନାର କାର୍ଯ୍ୟକୁ ସମର୍ଥନ ଜଣାଇ ଦେଶରେ ତ୍ରିରଙ୍ଗା ଶୋଭାଯାତ୍ରା ଅନଷ୍ଠିତ ହେଉଛି। ଏହି କ୍ରମରେ ଗୁରୁବାର ଭଞ୍ଜନଗରରେ ସବୁ ବର୍ଗର ଲୋକେ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri