ଇନଷ୍ଟାଗ୍ରାମ୍‌ରେ ଖୁଲମ୍‌ ଖୁଲା ମନର କଥା କହିଦେଲେ ତ୍ରିଶା! ବିଜୟଙ୍କୁ ନେଇ କହିଦେଲେ…

ଦକ୍ଷିଣ ଭାରତୀୟ ସିନେମା ଜଗତର ଦୁଇଟି ବଡ଼ ନାଁ ଥାଲାପଥି ବିଜୟ ଏବଂ ତ୍ରିଷା କୃଷ୍ଣନ୍। କେତେବେଳେ ସେମାନଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରି ତ କେତେବେଳେ ଅଫସ୍କ୍ରିନ୍ ଆଫେୟାର୍, ଏହି ଦୁଇ କଳାକାର ସବୁବେଳେ ଚର୍ଚ୍ଚାରେ ରହିଥା’ନ୍ତି । କିନ୍ତୁ ଏବେ ବିଜୟଙ୍କ ରାଜନୈତିକ ଇନିଂସର ଆରମ୍ଭ ଏବଂ ତ୍ରିଷାଙ୍କ ଏକ ସୋସିଆଲ ମିଡିଆ ପୋଷ୍ଟ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଦୁହିଁଙ୍କ ଭିତରେ ଥିବା ସଂପର୍କ କ’ଣ କେବଳ ବନ୍ଧୁତା ନା ଏହା ପଛରେ ରହିଛି କିଛି ବଡ଼ ସଙ୍କେତ?

ସୁପରଷ୍ଟାର ବିଜୟ ଥାଲାପତି ସାଜିଲେ ତାମିଲନାଡୁର ମୁଖ୍ୟମନ୍ତ୍ରୀ । ଶପଥ ଗ୍ରହଣ ଉତ୍ସବରେ ସମସ୍ତଙ୍କ ନଜର ତାଙ୍କ ପତ୍ନୀ ସଙ୍ଗୀତା ଏବଂ ପିଲାମାନଙ୍କ ଉପରେ ଥିଲା। କିନ୍ତୁ ସଭାସ୍ଥଳରେ ପରିବାର ଅପେକ୍ଷା ଅଭିନେତ୍ରୀ ତ୍ରିଷାଙ୍କ ଉପସ୍ଥିତି ସମସ୍ତଙ୍କୁ ଚକିତ କରିଥିଲା। କେବଳ ସେତିକି ନୁହେଁ, ତ୍ରିଷା ଅତିଥିଙ୍କ ପ୍ରଥମ ଧାଡ଼ିରେ ବସିଥିବାର ଦେଖାଯାଇଥିଲା ଏବଂ ବିଜୟଙ୍କ ବାପା-ମା’ଙ୍କ ସହ ମଧ୍ୟ ସେ ବେଶ୍ ସମୟ ବିତାଇଥିଲେ । ଏହି ଘଟଣା ବିଜୟ-ତ୍ରିଷାଙ୍କ ମଧ୍ୟରେ ଆଫେୟାର ଚର୍ଚ୍ଚାକୁ ପୁଣି ଥରେ ତାଜା କରିଦେଇଛି । ଶପଥ ଗ୍ରହଣ ଉତ୍ସବର ଠିକ୍ ପରେ ପରେ ତ୍ରିଷା ନୀଳ ରଙ୍ଗର ଶାଢ଼ୀ ପିନ୍ଧିଥିବା ଫଟୋ ଇନଷ୍ଟାଗ୍ରାମରେ ସେୟାର କରିଛନ୍ତି । କିନ୍ତୁ ଫଟୋ ଅପେକ୍ଷା ଏହାର କ୍ୟାପସନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ତ୍ରିଷା ଲେଖିଛନ୍ତି- “ପ୍ରେମ ସବୁବେଳେ ଶକ୍ତିଶାଳୀ”। ପ୍ରଶଂସକମାନେ ଏହାକୁ ବିଜୟଙ୍କ ପାଇଁ ତ୍ରିଷାଙ୍କ ପ୍ରେମର ହିଣ୍ଟ୍ ବୋଲି କହୁଛନ୍ତି । ଆଉ ଏସବୁ ମଧ୍ୟରେ ଜ୍ୟୋତିଷ ବେଣୁ ସ୍ୱାମୀଙ୍କ ଏକ ଭବିଷ୍ୟବାଣୀ ନିଆଁରେ ଘିଅ ଢାଳିବା ପରି କାମ କରିଛି । ତାଙ୍କ ମତରେ, ବିଜୟଙ୍କ ରାଜନୈତିକ ସଫଳତା ପଛରେ ତ୍ରିଷାଙ୍କ ଗ୍ରହନକ୍ଷତ୍ରର ବଡ଼ ହାତ ରହିଛି । କିନ୍ତୁ ସେ ଏହା ମଧ୍ୟ ସତର୍କ କରାଇଛନ୍ତି ଯେ ତ୍ରିଷାଙ୍କ କାରଣରୁ ହିଁ ବିଜୟଙ୍କ ସରକାର ଭବିଷ୍ୟତରେ ସମସ୍ୟାର ସମ୍ମୁଖୀନ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?