Posted inଜାତୀୟ

ଭାରତରେ ମଙ୍କିପକ୍ସ ଚିହ୍ନଟ ପାଇଁ ବିକଶିତ ହେଲା କିଟ୍‌: ଘଣ୍ଟାକରେ ଆସିବ ରିପୋର୍ଟ

ନୂଆଦିଲ୍ଲୀ,୨୮।୫: ସମଗ୍ର ବିଶ୍ୱରେ ମଙ୍କିପକ୍ସ ମାମଲା ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ରୋଗ ୨୦ରୁ ଅଧିକ ଦେଶରେ ବ୍ୟାପସାରିଲାଣି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ହୁ)ଅନୁଯାୟୀ,ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୨୦୦ଟି ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି। ଇତିମଧ୍ୟରେ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏକ ଭାରତୀୟ ବେସରକାରୀ ସ୍ବାସ୍ଥ୍ୟ କମ୍ପାନୀ ମଙ୍କିପକ୍ସ ଭାଇରସ୍‌ ଚିହ୍ନଟ କରିବା ପାଇଁ ଏକ ରିଅଲ-ଟାଇମ୍‌ ଆରଟି-ପିସିଆର କିଟ୍‌ ତିଆରି କରିବାକୁ ଘୋଷଣା କରିଛି। ଭାରତୀୟ ବେସରକାରୀ ସ୍ବାସ୍ଥ୍ୟ ଉପକରଣ କମ୍ପାନୀ ଟ୍ରିଭିଟ୍ରନ୍‌ ହେଲଥ୍‌କେୟାର ଶୁକ୍ରବାର ମଙ୍କିପକ୍ସ ଅର୍ଥାତ୍‌ ଆର୍ଥୋପକ୍ସଭାଇରସ ଭାଇରସ୍‌ ଚିହ୍ନଟ ପାଇଁ ଏକ ରିଅଲ-ଟାଇମ ଆରଟି- ପିସିଆର କିଟ୍‌ ବିକଶିତ କରିବା ପାଇଁ ଘୋଷଣା କରିଛି। ଟ୍ରିଭିଟ୍ରନ୍‌ ହେଲଥ୍‌କେୟାର ପକ୍ଷରୁ କୁହାଯାଇଛି ଯେ, ସେମାନଙ୍କ ରିସର୍ଚ୍ଚ ଆଣ୍ଡ ଡେଭ୍‌ଲ୍ପମେଣ୍ଟ ଟିମ୍‌ ମଙ୍କିପକ୍ସ ଭାଇରସ୍‌ ଚିହ୍ନଟ ପାଇଁ ଏକ ଆରଟି-ପିସିଆର ଆଧାରିତ କିଟ୍‌ ପ୍ରସ୍ତୁତ କରିଛନ୍ତି। ରିଅଲ-ଟାଇମ ଆରଟି-ପିସିଆର କିଟ୍‌ ହେଉଛି ୪ଟି ରଙ୍ଗର ଫ୍ଲୋରୋସେନ୍ସ ଉପରେ ଆଧାରିତ କିଟ୍‌। ଏହି କିଟ୍‌ ଦ୍ୱାରା ୧ ଘଣ୍ଟାରେ ରିପୋର୍ଟ ଜଣାପଡ଼ିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଶୁକ୍ରବାର ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ(ଆଇସିଏମ୍‌ଆର୍‌) ଅଧିକାରୀ କହିଛନ୍ତି ଯେ, ଅନ୍ୟ ଦେଶରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ପ୍ରସ୍ତୁତ ଅଛି। ତେବେ ଏପର୍ଯ୍ୟନ୍ତ ଭାରତରେ ମଙ୍କିପକ୍ସର କୌଣସି ମାମଲା ରେକର୍ଡ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri