ପ୍ରତିଭା ସମ୍ମାନ ସମାରୋହ: ପ୍ରତିଭାକୁ ଖୋଜିଖୋଜି…

ବଲାଙ୍ଗୀର,୮।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ସ୍ବତନ୍ତ୍ର ପ୍ରତିଭା ସମ୍ମାନ ସମାରୋହ ଶନିବାର ଜିଲା ସିଭିଲ କୋର୍ଟ ବାର ହଲଠାରେ ଅନୁଷ୍ଠିତ ହୋଇଛି। ଜିଲା ଓକିଲ ସଂଘ ସଭାପତି ବାସୁଦେବ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିଭା ସମ୍ମାନ ସମାରୋହରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଆଇନଜ୍ଞ ନରସିଂହ ମିଶ୍ର ଯୋଗଦାନ କରି ବଲାଙ୍ଗୀରର ଗୌରବ ବୃଦ୍ଧି ଦିଗରେ ଯେଉଁ ମାନେ ବିଭିନ୍ନ କ୍ଷେତ୍ରରେ ନିରନ୍ତର ପ୍ରୟାସ କରି ସଫଳତା ହାସଲ କରିଛନ୍ତି ସେମାନଙ୍କୁ ଜିଲା ଓକିଲ ସଂଘ ସମ୍ମାନିତ କରି ଏକ ନୂଆ ଧାରା ଓ ପରମ୍ପରା ସୃଷ୍ଟି କରିଛି ବୋଲି କହିଛନ୍ତି।
ଏହି ଅବସରରେ ସେ ସମସ୍ତ ସମ୍ବର୍ଦ୍ଧିତ ପ୍ରତିଭାଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହି ସମ୍ବର୍ଦ୍ଧନା ସଭାକୁ ବରିଷ୍ଠ ଆଇନଜୀବୀ ଓ ସ୍ତମ୍ଭକାର ଜୟକୃଷ୍ଣ ସାହୁ ସଂଯୋଜନା କରିଥିଲେ। ସଭା ଆରମ୍ଭରେ ସଭାପତି ରଥ ଜିଲା ଓକିଲ ସଂଘର ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇଥିଲେ।
ସଭାରେ ବର୍ଷିୟାନ ସାହିତି୍ୟକ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତା, ସମାଜସେବିକା ଡା. ଜ୍ୟୋତ୍ସ୍ନାମୟୀ ମହାପାତ୍ର, ସମାଜସେବୀ ବିକ୍ରମାନନ୍ଦ ବହିଦାର, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ସଂସ୍କୃତି ଗବେଷକ ଗୁରୁଶ୍ରୀ ଘାସିରାମ ମିଶ୍ର, କବି ପ୍ରହଲ୍ଲାଦ ଶତପଥି, ବିଶିଷ୍ଟ କଣ୍ଠଶିଳ୍ପୀ ବିଥିକା ଚାଟାର୍ଜୀ, ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଆଥଲେଟ ଆନନ୍ଦିନୀ ଦର୍ଜୀ, ନାଟ୍ୟକାର ଅଜୟ କୁମାର ମହାନ୍ତି, ଗଣମାଧ୍ୟମ ପ୍ରତିନିଧି ସୁଧୀର ମିଶ୍ର, ଅଖିଳ ଚନ୍ଦ୍ର ହୋତା ଓ ବୀରେନ୍ଦ୍ର କୁମାର ଝାଙ୍କର, ଜୀବଜନ୍ତୁ ପ୍ରେମୀ ଶୈଳେନ୍ଦ୍ର ନାରାୟଣ ଶତ୍‌ପଥୀ, ଓଡ଼ିଶୀ ନୃତ୍ୟାଙ୍ଗନା ତୃଷା ଠାକୁର, ଶ୍ରେୟାଂସୀ ସାହୁ, ସାହିତି୍ୟକ ଦେବେନ୍ଦ୍ର ନାଏକ, ଆଇନଜୀବୀ ଅଶୋକ ରଥଙ୍କୁ ମୁଖ୍ୟ ଅତିଥି ମିଶ୍ର ସମ୍ବର୍ଦ୍ଧିତ କରିଥିଲେ । ଶେଷରେ ଓକିଲ ସଂଘ ସମ୍ପାଦକ ସଞ୍ଜୟ ବଗର୍ତ୍ତି ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଓକିଲ ସଂଘର ବରିଷ୍ଠ ଆଇନଜୀବୀ, ସହରର ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri