ପ୍ରତିଭା ସମ୍ମାନ ସମାରୋହ: ପ୍ରତିଭାକୁ ଖୋଜିଖୋଜି…

ବଲାଙ୍ଗୀର,୮।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ସ୍ବତନ୍ତ୍ର ପ୍ରତିଭା ସମ୍ମାନ ସମାରୋହ ଶନିବାର ଜିଲା ସିଭିଲ କୋର୍ଟ ବାର ହଲଠାରେ ଅନୁଷ୍ଠିତ ହୋଇଛି। ଜିଲା ଓକିଲ ସଂଘ ସଭାପତି ବାସୁଦେବ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିଭା ସମ୍ମାନ ସମାରୋହରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଆଇନଜ୍ଞ ନରସିଂହ ମିଶ୍ର ଯୋଗଦାନ କରି ବଲାଙ୍ଗୀରର ଗୌରବ ବୃଦ୍ଧି ଦିଗରେ ଯେଉଁ ମାନେ ବିଭିନ୍ନ କ୍ଷେତ୍ରରେ ନିରନ୍ତର ପ୍ରୟାସ କରି ସଫଳତା ହାସଲ କରିଛନ୍ତି ସେମାନଙ୍କୁ ଜିଲା ଓକିଲ ସଂଘ ସମ୍ମାନିତ କରି ଏକ ନୂଆ ଧାରା ଓ ପରମ୍ପରା ସୃଷ୍ଟି କରିଛି ବୋଲି କହିଛନ୍ତି।
ଏହି ଅବସରରେ ସେ ସମସ୍ତ ସମ୍ବର୍ଦ୍ଧିତ ପ୍ରତିଭାଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହି ସମ୍ବର୍ଦ୍ଧନା ସଭାକୁ ବରିଷ୍ଠ ଆଇନଜୀବୀ ଓ ସ୍ତମ୍ଭକାର ଜୟକୃଷ୍ଣ ସାହୁ ସଂଯୋଜନା କରିଥିଲେ। ସଭା ଆରମ୍ଭରେ ସଭାପତି ରଥ ଜିଲା ଓକିଲ ସଂଘର ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇଥିଲେ।
ସଭାରେ ବର୍ଷିୟାନ ସାହିତି୍ୟକ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତା, ସମାଜସେବିକା ଡା. ଜ୍ୟୋତ୍ସ୍ନାମୟୀ ମହାପାତ୍ର, ସମାଜସେବୀ ବିକ୍ରମାନନ୍ଦ ବହିଦାର, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ସଂସ୍କୃତି ଗବେଷକ ଗୁରୁଶ୍ରୀ ଘାସିରାମ ମିଶ୍ର, କବି ପ୍ରହଲ୍ଲାଦ ଶତପଥି, ବିଶିଷ୍ଟ କଣ୍ଠଶିଳ୍ପୀ ବିଥିକା ଚାଟାର୍ଜୀ, ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଆଥଲେଟ ଆନନ୍ଦିନୀ ଦର୍ଜୀ, ନାଟ୍ୟକାର ଅଜୟ କୁମାର ମହାନ୍ତି, ଗଣମାଧ୍ୟମ ପ୍ରତିନିଧି ସୁଧୀର ମିଶ୍ର, ଅଖିଳ ଚନ୍ଦ୍ର ହୋତା ଓ ବୀରେନ୍ଦ୍ର କୁମାର ଝାଙ୍କର, ଜୀବଜନ୍ତୁ ପ୍ରେମୀ ଶୈଳେନ୍ଦ୍ର ନାରାୟଣ ଶତ୍‌ପଥୀ, ଓଡ଼ିଶୀ ନୃତ୍ୟାଙ୍ଗନା ତୃଷା ଠାକୁର, ଶ୍ରେୟାଂସୀ ସାହୁ, ସାହିତି୍ୟକ ଦେବେନ୍ଦ୍ର ନାଏକ, ଆଇନଜୀବୀ ଅଶୋକ ରଥଙ୍କୁ ମୁଖ୍ୟ ଅତିଥି ମିଶ୍ର ସମ୍ବର୍ଦ୍ଧିତ କରିଥିଲେ । ଶେଷରେ ଓକିଲ ସଂଘ ସମ୍ପାଦକ ସଞ୍ଜୟ ବଗର୍ତ୍ତି ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଓକିଲ ସଂଘର ବରିଷ୍ଠ ଆଇନଜୀବୀ, ସହରର ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ…

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ନୂଆ ଭୋଟର: ୨୬ରୁ ଆରମ୍ଭ ହେବ ଘରକୁ ଘର ସର୍ଭେ

ଭୁବନେଶ୍ୱର, ୨୦।୭: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ପାଇଁ ବଡ଼ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର…

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ

ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମେଧାବୀ ଛାତ୍ରୀଙ୍କୁ ସ୍କୁଟି ସହ ମିଳିବ ପେଟ୍ରୋଲ

ଲକ୍ଷ୍ନୌ,୨୧।୭: ଉତ୍ତର ପ୍ରଦେଶର ଯୋଗୀ ସରକାର ଖୁବ୍ ଶୀଘ୍ର ରାଜ୍ୟର ମେଧାବୀ ଛାତ୍ରୀମାନଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି । ମେଧାବୀ ଛାତ୍ରୀମାନଙ୍କୁ ସ୍କୁଟି ଦେବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା କାହିଁକି ନେଉନାହାନ୍ତି ମୋଦି ସରକାର? ଭିତିରି ରହସ୍ୟ ଖୋଲିଦେଲେ ଅଖିଲେଶ, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ସିଜେପିର (CJP) ପ୍ରଦର୍ଶନ ସମୟରେ ହୋଇଥିବା ଲାଠିଚାର୍ଜ ଏବଂ ପୋଲିସ ହିଂସାରେ ଅନେକ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଏହି ପ୍ରଦର୍ଶନକାରୀମାନେ NEET ପ୍ରଶ୍ନପତ୍ର ଲିକ୍‌…

ସରକାରଙ୍କ ଉପରେ ବଢ଼ିଲା ଚାପ, ଶେଷରେ ନେଲେ ଏହି ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୭: କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ସମୟରେ ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଏହି ଘଟଣାରେ ଅନେକ ଯୁବକ ମଧ୍ୟ ଆହତ ହୋଇଥିଲେ। କେନ୍ଦ୍ରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri