Posted inଜାତୀୟ

ଭୂକମ୍ପ ପ୍ରଭାବିତ ତୁର୍କୀକୁ ସହାୟତାର ହାତ ବଢ଼ାଇଲା ଭାରତ: ଖୁବ୍‌ଶୀଘ୍ର ପଠାଯିବ ରିଲିଫ୍‌ ସାମଗ୍ରୀ, ପିଏମ୍‌ଓ ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ,୬।୨: ତୁର୍କୀରେ ସୋମବାର ଭୋରରୁ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଫଳରେ ସହରର ବହୁ ବଡ଼ ବଡ଼ କୋଠା, ଅଟ୍ଟାଳିକାମାନ ଭୁଷୁଡିପଡ଼ିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୯୧୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। କାରଣ ଏବେ ବି ଅନେକ ଲୋକ ଭଗ୍ନାବଶେଷ ତଳେ ଚାପି ହୋଇରହିଛନ୍ତି। ଅନ୍ୟପଟେ ଭୂକମ୍ପ ପ୍ରଭାବିତ ତୁର୍କୀକୁ ସହାୟତାର ହାତ ବଢ଼ାଇଛି ଭାରତ। ଖୁବ୍‌ଶୀଘ୍ର ଭାରତ ପକ୍ଷରୁ ଏନ୍‌ଡିଆରଏଫ୍‌ର ଦୁଇଟି ଟିମ୍‌ ପଠାଯିବ। ଏଥିସହ ଔଷଧ ଏବଂ ରିଲିଫ ସାମଗ୍ରୀର ସାମଗ୍ରୀ ମଧ୍ୟ ପଠାଯାଉଥିବା ଜଣାପଡ଼ିଛି। ରିଲିଫ ସାମଗ୍ରୀକୁ ନେଇ ସୋମବାର ପିଏମ୍‌ଓରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ପିଏମଓ ବୈଠକରେ କ୍ୟାବିନେଟ ସଚିବ, ଗୃହ ମନ୍ତ୍ରଣାଳୟ, ଏନ୍‌ଡିଏମ୍‌ଏ,ଏନ୍‌ଡିଆରଏଫ୍‌, ପ୍ରତିରକ୍ଷା, ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ, ବେସାମରିକ ବିମାନ ଚଳାଚଳ ଏବଂ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପ୍ରତିନିଧୀମାନେ ଯୋଗଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଏହି ବିପର୍ଯ୍ୟୟରେ ଭାରତ ପକ୍ଷରୁ ସମସ୍ତ ସମ୍ଭାବ୍ୟ ସହାୟତା ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ଶାସନ ସଚିବ ଡା. ପି.କେ. ମିଶ୍ରା ତୁରନ୍ତ ସାଉଥ୍‌ ବ୍ଲକରେ ଏକ ବୈଠକ କରି ତୁରନ୍ତ ରିଲିଫ ପଦକ୍ଷେପ ଉପରେ ଆଲୋଚନା କରିଥିଲେ। ଏହି ବୈଠକରେ ଏନ୍‌ଡିଆରଏଫ୍‌ର ସର୍ଚ୍ଚ ଏବଂ ଉଦ୍ଧାରକାରୀ ଦଳ ସହ ଡାକ୍ତରୀ ଦଳ ଏବଂ ରିଲିଫ ସାମଗ୍ରୀ ତୁରନ୍ତ ତୁର୍କୀକୁ ପଠାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ଭାରତରୁ ପଠାଯାଉଥିବା ଟିମରେ ୧୦୦ଜଣ କର୍ମଚାରୀଙ୍କ ଦୁଇଟି ଏନ୍‌ଡିଆରଏଫ୍‌ ଟିମର ସ୍ବତନ୍ତ୍ର ତାଲିମପ୍ରାପ୍ତ କୁକୁର ସ୍କ୍ବାଡ ରହିଛନ୍ତି। ଏମାନେ ଆବଶ୍ୟକ ଉପକରଣ ସହିତ ସର୍ଚ୍ଚ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ଭୂକମ୍ପ ପ୍ରଭାବିତ ଅଞ୍ଚଳକୁ ଯିବାକୁ ପ୍ରସ୍ତୁତ ଅଛନ୍ତି। ଏଥିସହ ଆବଶ୍ୟକ ଔଷଧ, ତାଲିମପ୍ରାପ୍ତ ଡାକ୍ତର ଏବଂ ପାରାମେଡିକ୍ସ ସହିତ ଡାକ୍ତରୀ ଦଳ ମଧ୍ୟ ପ୍ରସ୍ତୁତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri