Posted inଜାତୀୟ

ଭୂକମ୍ପ ପ୍ରଭାବିତ ତୁର୍କୀକୁ ସହାୟତାର ହାତ ବଢ଼ାଇଲା ଭାରତ: ଖୁବ୍‌ଶୀଘ୍ର ପଠାଯିବ ରିଲିଫ୍‌ ସାମଗ୍ରୀ, ପିଏମ୍‌ଓ ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ,୬।୨: ତୁର୍କୀରେ ସୋମବାର ଭୋରରୁ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଫଳରେ ସହରର ବହୁ ବଡ଼ ବଡ଼ କୋଠା, ଅଟ୍ଟାଳିକାମାନ ଭୁଷୁଡିପଡ଼ିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୯୧୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। କାରଣ ଏବେ ବି ଅନେକ ଲୋକ ଭଗ୍ନାବଶେଷ ତଳେ ଚାପି ହୋଇରହିଛନ୍ତି। ଅନ୍ୟପଟେ ଭୂକମ୍ପ ପ୍ରଭାବିତ ତୁର୍କୀକୁ ସହାୟତାର ହାତ ବଢ଼ାଇଛି ଭାରତ। ଖୁବ୍‌ଶୀଘ୍ର ଭାରତ ପକ୍ଷରୁ ଏନ୍‌ଡିଆରଏଫ୍‌ର ଦୁଇଟି ଟିମ୍‌ ପଠାଯିବ। ଏଥିସହ ଔଷଧ ଏବଂ ରିଲିଫ ସାମଗ୍ରୀର ସାମଗ୍ରୀ ମଧ୍ୟ ପଠାଯାଉଥିବା ଜଣାପଡ଼ିଛି। ରିଲିଫ ସାମଗ୍ରୀକୁ ନେଇ ସୋମବାର ପିଏମ୍‌ଓରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ପିଏମଓ ବୈଠକରେ କ୍ୟାବିନେଟ ସଚିବ, ଗୃହ ମନ୍ତ୍ରଣାଳୟ, ଏନ୍‌ଡିଏମ୍‌ଏ,ଏନ୍‌ଡିଆରଏଫ୍‌, ପ୍ରତିରକ୍ଷା, ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ, ବେସାମରିକ ବିମାନ ଚଳାଚଳ ଏବଂ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପ୍ରତିନିଧୀମାନେ ଯୋଗଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଏହି ବିପର୍ଯ୍ୟୟରେ ଭାରତ ପକ୍ଷରୁ ସମସ୍ତ ସମ୍ଭାବ୍ୟ ସହାୟତା ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ଶାସନ ସଚିବ ଡା. ପି.କେ. ମିଶ୍ରା ତୁରନ୍ତ ସାଉଥ୍‌ ବ୍ଲକରେ ଏକ ବୈଠକ କରି ତୁରନ୍ତ ରିଲିଫ ପଦକ୍ଷେପ ଉପରେ ଆଲୋଚନା କରିଥିଲେ। ଏହି ବୈଠକରେ ଏନ୍‌ଡିଆରଏଫ୍‌ର ସର୍ଚ୍ଚ ଏବଂ ଉଦ୍ଧାରକାରୀ ଦଳ ସହ ଡାକ୍ତରୀ ଦଳ ଏବଂ ରିଲିଫ ସାମଗ୍ରୀ ତୁରନ୍ତ ତୁର୍କୀକୁ ପଠାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ଭାରତରୁ ପଠାଯାଉଥିବା ଟିମରେ ୧୦୦ଜଣ କର୍ମଚାରୀଙ୍କ ଦୁଇଟି ଏନ୍‌ଡିଆରଏଫ୍‌ ଟିମର ସ୍ବତନ୍ତ୍ର ତାଲିମପ୍ରାପ୍ତ କୁକୁର ସ୍କ୍ବାଡ ରହିଛନ୍ତି। ଏମାନେ ଆବଶ୍ୟକ ଉପକରଣ ସହିତ ସର୍ଚ୍ଚ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ଭୂକମ୍ପ ପ୍ରଭାବିତ ଅଞ୍ଚଳକୁ ଯିବାକୁ ପ୍ରସ୍ତୁତ ଅଛନ୍ତି। ଏଥିସହ ଆବଶ୍ୟକ ଔଷଧ, ତାଲିମପ୍ରାପ୍ତ ଡାକ୍ତର ଏବଂ ପାରାମେଡିକ୍ସ ସହିତ ଡାକ୍ତରୀ ଦଳ ମଧ୍ୟ ପ୍ରସ୍ତୁତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri