Categories: ଜାତୀୟ

ଡାଲା ଅଟୋ-ଟ୍ରଲି ମୁହାଁମୁହିଁ ଧକ୍କା: ଚାଲିଗଲା ୯ ଜୀବନ, ୧୭ ଆହତ

ହାଇଦ୍ରାବାଦ୍‌,୯।୫: ତେଲେଙ୍ଗାନାର କାମାରେଡି ଜିଲାର ନିଜାମସାଗରର ହାସନପାଲି ଫାଟକରେ ଏକ ଡାଲା ଅଟୋ ଟ୍ରଲି ସହ ମୁହାଁମୁହିଁ ଧକ୍କା ହୋଇଛି। ଏହି ଭୟଙ୍କର ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ସେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି।
ୟେଲାରେଡିରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଅଟୋଟି ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଏହି ଘଟଣାରେ ସମବେଦନା ଜଣାଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦୁର୍ଘଟଣାରେ ଲୋକଙ୍କ ମୃତୁରେ ମୁଁ ମର୍ମାହତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଏବଂ ଆହତମାନଙ୍କୁ ଶୀଘ୍ର ଆରୋଗ୍ୟ କାମନା କରୁଛି। ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କୁ ପ୍ରତ୍ୟେକଙ୍କୁ ଦୁଇ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ପ୍ରତ୍ୟେକଙ୍କୁ ୫୦,୦୦୦ଟଙ୍କା ସହାୟତା ପ୍ରଦାନ କରାଯିବ।

Share