Posted inଖେଳ

‘ଟ୍ରୋଲର୍ସ ରିଅଲ ଫ୍ୟାନ୍ସ ନୁହଁନ୍ତି’

ନୂଆଦିଲ୍ଲୀ,୨୮।୨: ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନଠାରୁ ଭାରତୀୟ ଦଳ ପରାସ୍ତ ହେବା ପରେ ମହମ୍ମଦ ଶାମିଙ୍କୁ ସୋସିଆଲ ମିଡିଆରେ ପ୍ରବଳ ସମାଲୋଚନା କରାଯାଇଥିଲା। ଏପରି କି ତାଙ୍କୁ ଦେଶଦ୍ରୋହୀ ଏବଂ ମ୍ୟାଚ୍‌ ହାରିବା ପାଇଁ ଟଙ୍କା ନେଇ ଥିବା କୁହାଯାଇଥିଲା। ଏହା ଉପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଭାରତୀୟ ପେସର ଶାମି।

“ଯେଉଁମାନେ ମୋତେ ଟ୍ରୋଲ କରିଥିଲେ, ସେମାନେ ରିଅନ ଫ୍ୟାନ୍‌ କି ଅସଲ ଭାରତୀୟ ନୁହେଁ। ଲୋକେ ଅଜଣା ସୋସିଆଲ ମିଡିଆ ପ୍ରୋଫାଇଲରେ ଜଣଙ୍କ ଉପରେ ଆଙ୍ଗୁଠି ଉଠାଛନ୍ତି, ସେମାନଙ୍କ ପାଖରେ ହରାଇବାକୁ କିଛି ନାହିଁ। କାରଣ ସେମାନେ କେହି ନୁହନ୍ତି। ଆମକୁ ସେମାନଙ୍କ ଉତ୍ତର ଦେବାର ଆବଶ୍ୟକତା ନାହିଁ। ଆମକୁ ଜଣାଅଛି, ଆମେ କ’ଣ। ଆମ ପାଇଁ ଭାରତର ଅର୍ଥ କ’ଣ, ତାହା କାହାକୁ କହିବାର ଆବଶ୍ୟକତା ନାହିଁ। କାରଣ ଆମେ ଏହି ଦେଶ ପାଇଁ ଲଢ଼େଇ କରୁ। ଏଣୁ ଆମକୁ କିଛି ପ୍ରମାଣ କରିବାର ଆବଶ୍ୟକତା ନାହିଁ” ବୋଲି ୩୧ ବର୍ଷୀୟ ପେସର ଏକ ସାକ୍ଷାତ୍‌କାରରେ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ୨୦୧୩ରେ ପଦାର୍ପଣ କରିଥିବା ଶାମି ଏପର୍ଯ୍ୟନ୍ତ ୫୭ ଟେଷ୍ଟରେ ୨୦୯ ଉଇକେଟ ହାତେଇଛନ୍ତି। ରିଷ୍ଟ ଆହତ ସମସ୍ୟା କାରଣରୁ ତାଙ୍କୁ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଲାଗି ଦଳରେ ସ୍ଥାନ ମିଳି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?