Posted inଖେଳ

ଟ୍ରଟ୍‌ ଇଂଲଣ୍ଡ ବ୍ୟାଟିଂ କୋଚ୍‌

ଲଣ୍ଡନ,୩।୮(ପି.ଟି.): ଆସନ୍ତା ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଥିବା ପାକିସ୍ତାନ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଇଂଲଣ୍ଡ ନୂଆ ବ୍ୟାଟିଂ କୋଚ୍‌ ନିଯୁକ୍ତ କରିଛି। ଏହି ୩ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ପୂର୍ବତନ ବ୍ୟାଟ୍ସମ୍ୟାନ ଜୋନାଥନ ଟ୍ରଟ୍‌ ଇଂଲଣ୍ଡର ବ୍ୟାଟିଂ କୋଚ୍‌ ଭାବେ ଦାୟିତ୍ୱ ନେବେ। ୩୯ ବର୍ଷୀୟ ଟ୍ରଟ୍‌ ୨୦୦୯ରୁ ୨୦୧୫ ମଧ୍ୟରେ ୫୨ଟି ଟେଷ୍ଟ ଖେଳି ୩୮୩୫ ରନ ସଂଗ୍ରହ କରିଛନ୍ତି। ପୂର୍ବତନ ନ୍ୟୁଜିଲାଣ୍ଡ ସ୍ପିନର ଜିତେନ ପଟେଲ ଓ ଓ୍ବାରଓ୍ବିକ୍ସସାୟର ପୂର୍ବତନ ଦ୍ରୁତ ବୋଲର ଗ୍ରେମ୍‌ ଓ୍ବେଲଚ୍‌ ଟ୍ରଟ୍‌ଙ୍କୁ କୋଚିଂରେ ସହାୟତା ପ୍ରଦାନ କରିବେ। ଟ୍ରଟ୍‌ ମଧ୍ୟ ୬୮ଟି ଦିନିକିଆ ଓ ୭ଟି ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଘରୋଇ କ୍ରିକେଟରେ ଟ୍ରଟ୍‌ ୧୮, ୬୬୨ ରନ ସଂଗ୍ରହ କରିଛନ୍ତି।
ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ବୁଧବାର ପ୍ରଥମ ଟେଷ୍ଟରେ ଇଂଲଣ୍ଡ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଏହାପରେ ପରବର୍ତ୍ତୀ ଦୁଇଟି ମ୍ୟାଚ୍‌ ସାଉଥାମ୍ପଟନର ରୋଜ ବାଉଲ ଗ୍ରାଉଣ୍ଡରେ ଖେଳାଯିବ। ଗତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜରେ ଇଂଲଣ୍ଡ ୨-୧ରେ ବିଜୟୀ ହୋଇଥିଲା। କୋଭିଡ୍‌-୧୯ ମହାମାରୀର ପ୍ରକୋପ ଜାରି ରହିଥିବା ବେଳେ ଦୀର୍ଘ ୪ ମାସ ପରେ ଏହି ସିରିଜ ଦ୍ୱାରା ଅନ୍ତର୍ଜାତୀୟ କ୍ରିକେଟର ପ୍ରତ୍ୟାବର୍ତ୍ତନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri