Posted inଖେଳ

ଟ୍ରଟ୍‌ ଇଂଲଣ୍ଡ ବ୍ୟାଟିଂ କୋଚ୍‌

ଲଣ୍ଡନ,୩।୮(ପି.ଟି.): ଆସନ୍ତା ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଥିବା ପାକିସ୍ତାନ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଇଂଲଣ୍ଡ ନୂଆ ବ୍ୟାଟିଂ କୋଚ୍‌ ନିଯୁକ୍ତ କରିଛି। ଏହି ୩ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ପୂର୍ବତନ ବ୍ୟାଟ୍ସମ୍ୟାନ ଜୋନାଥନ ଟ୍ରଟ୍‌ ଇଂଲଣ୍ଡର ବ୍ୟାଟିଂ କୋଚ୍‌ ଭାବେ ଦାୟିତ୍ୱ ନେବେ। ୩୯ ବର୍ଷୀୟ ଟ୍ରଟ୍‌ ୨୦୦୯ରୁ ୨୦୧୫ ମଧ୍ୟରେ ୫୨ଟି ଟେଷ୍ଟ ଖେଳି ୩୮୩୫ ରନ ସଂଗ୍ରହ କରିଛନ୍ତି। ପୂର୍ବତନ ନ୍ୟୁଜିଲାଣ୍ଡ ସ୍ପିନର ଜିତେନ ପଟେଲ ଓ ଓ୍ବାରଓ୍ବିକ୍ସସାୟର ପୂର୍ବତନ ଦ୍ରୁତ ବୋଲର ଗ୍ରେମ୍‌ ଓ୍ବେଲଚ୍‌ ଟ୍ରଟ୍‌ଙ୍କୁ କୋଚିଂରେ ସହାୟତା ପ୍ରଦାନ କରିବେ। ଟ୍ରଟ୍‌ ମଧ୍ୟ ୬୮ଟି ଦିନିକିଆ ଓ ୭ଟି ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଘରୋଇ କ୍ରିକେଟରେ ଟ୍ରଟ୍‌ ୧୮, ୬୬୨ ରନ ସଂଗ୍ରହ କରିଛନ୍ତି।
ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ବୁଧବାର ପ୍ରଥମ ଟେଷ୍ଟରେ ଇଂଲଣ୍ଡ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଏହାପରେ ପରବର୍ତ୍ତୀ ଦୁଇଟି ମ୍ୟାଚ୍‌ ସାଉଥାମ୍ପଟନର ରୋଜ ବାଉଲ ଗ୍ରାଉଣ୍ଡରେ ଖେଳାଯିବ। ଗତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜରେ ଇଂଲଣ୍ଡ ୨-୧ରେ ବିଜୟୀ ହୋଇଥିଲା। କୋଭିଡ୍‌-୧୯ ମହାମାରୀର ପ୍ରକୋପ ଜାରି ରହିଥିବା ବେଳେ ଦୀର୍ଘ ୪ ମାସ ପରେ ଏହି ସିରିଜ ଦ୍ୱାରା ଅନ୍ତର୍ଜାତୀୟ କ୍ରିକେଟର ପ୍ରତ୍ୟାବର୍ତ୍ତନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?