ପାଣି ପାଇଁ ହଇରାଣ

ବାରିପଦା ଅଫିସ,୬।୯: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଅଧୀନ ବାଇଗଣବାଡ଼ିଆ ପଞ୍ଚାୟତର ଭୁଲଗଡ଼ିଆ ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଓରେଡା ପକ୍ଷରୁ ଏହି ଗଁାରେ ନିର୍ମାଣ କରାଯାଇଥିବା ସୋଲାର ପାନୀୟ ଜଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବନ୍ଦ ହୋଇପଡ଼ିଛି। ଫଳରେ ଗ୍ରାମବାସୀ ବିଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚିତ ହୋଇଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।
ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ ପାନୀୟ ଜଳ ଓ ପରିମଳ ମନ୍ତ୍ରଣାଳୟ ପକ୍ଷରୁ ଏକ କମ୍ପାନୀ ମାଧ୍ୟମରେ ସୋଲାର ପାଣି ଟାଙ୍କିର ବ୍ୟବସ୍ଥା କରାଯାଇଥିଲା। ସୌର ଚାଳିତ ପାନୀୟ ଜଳ ଯୋଗାଣ ପାଇଁ ୫ହଜାର ଲିଟର କ୍ଷମତା ବିଶିଷ୍ଟ ଏକ ପାଣି ଟାଙ୍କି ବସାଯାଇଥିଲା। କାର୍ଯ୍ୟ ସମାପ୍ତିର ୭ମାସ ପରେ ପାଣିଟାଙ୍କିଟି ଫାଟିଯିବାରୁ ଏହା ବ୍ୟବହାର ଉପଯୋଗୀ ହୋଇପାରୁ ନାହିଁ। କମ୍ପାନୀ ପକ୍ଷରୁ ଉଦ୍ଦିଷ୍ଟ ଥିବା ମୋବାଇଲ ନମ୍ବରଟି ସୁଇଚ ଅଫ୍‌ ଥିବାରୁ ମରାମତି ହୋଇପାରୁ ନାହିଁ। ଫଳରେ ଗ୍ରାମବାସୀ ପାନୀୟ ଜଳ ପାଇଁ ପରିତ୍ୟକ୍ତ କୂଅର ପାଣି ବ୍ୟବହାର କରୁଥିବା ସ୍ବର୍ଣ୍ଣକାନ୍ତି ରାମ, ମାୟା ହେମ୍ବ୍ରମ, ଫୁଲମଣି ହେମ୍ବ୍ରମ, ରୁପାଇ ହେମ୍ବ୍ରମ ପ୍ରମୁଖ କହିଛନ୍ତି। ଏ ସଂକ୍ରାନ୍ତରେ ଗ୍ରାମର ସବିତା ନାଏକ, ଶାନ୍ତିମଣି ହେମ୍ବ୍ରମ, ଦମୟନ୍ତୀ ଜିତ୍‌, ଲକ୍ଷ୍ମୀ ହେମ୍ବ୍ରମ ପ୍ରମୁଖ ସରପଞ୍ଚ ବନିତା ସୋରେନଙ୍କ ନିକଟରେ ଅଭିଯୋଗ କରିଥିଲେ। ମାତ୍ର ଏଥିପ୍ରତି ଦୃଷ୍ଟି ଦିଆଯାଉ ନ ଥିବାରୁ ଲୋକେ ହଇରାଣ ହରକତ ହେଉଛନ୍ତି ା
ତେବେ ଆଗାମୀ ଦିନରେ ଏହାର ସୁବ୍ୟବସ୍ଥା କରା ନ ଗଲେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri